Posted inଜାତୀୟ

ନିର୍ବାଚନ ପୂର୍ବରୁ ନବନୀତଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୪।୪: ନକଲି କାଷ୍ଟ ସାର୍ଟିଫିକେଟ ମାମଲାରେ ଅମରାବତୀର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ଗୁରୁବାର ସୁପ୍ରିମକୋର୍ଟ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ଏହି ମାମଲାରେ ବମ୍ବେ ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ନବନୀତ ଏସସି ସାର୍ଟିଫିକେଟ ହାଇକୋର୍ଟ ଦ୍ୱାରା ରଦ୍ଦ କରାଯାଇଥିଲା। ସେ ମହାରାଷ୍ଟ୍ରର ଅମରାବତୀ ଆସନରୁ ଏମ୍‌ପି, ଯାହା ଅନୁସୂଚିତ ଜାତି ପାଇଁ ସଂରକ୍ଷିତ। ନକଲି ଦଲିଲ ମାଧ୍ୟମରେ କାଷ୍ଟ ସାର୍ଟିଫିକେଟ ପ୍ରସ୍ତୁତ କରିଥିବା କୋର୍ଟ କହିଥିଲେ।
ଜୁନ ୨୦୨୧ରେ ବମ୍ବେ ହାଇକୋର୍ଟ ନବନୀତ ରାଣାଙ୍କ ଏସସି କାଷ୍ଟ ସାର୍ଟିଫିକେଟକୁ ପ୍ରତ୍ୟାଖ୍ୟାନ କରିଥିଲେ ଏବଂ ତାଙ୍କ ଉପରେ ୨ ଲକ୍ଷ ଟଙ୍କା ଜୋରିମନା ମଧ୍ୟ ଲଗାଇଥିଲେ। ତାଙ୍କ କାଷ୍ଟ ସାର୍ଟିଫିକେଟ ପ୍ରତ୍ୟାଖ୍ୟାନ ହେବା ପରେ ନବନୀତଙ୍କ ଏମ୍‌ପି ପଦ ମଧ୍ୟ ବିପଦରେ ଥିଲା। ତେବେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ତାଙ୍କୁ କେବଳ ଆରାମ ମିଳିନାହିଁ, ଅମରାାବତୀ ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ମଧ୍ୟ ରାସ୍ତା ସଫା ହୋଇଛି। ଏଥର ନବନୀତ ଲୋକ ସଭା ନିର୍ବାଚନରେ ଭାଜପା ପ୍ରାର୍ଥୀ ଭାବରେ ଅମ୍ରାବତୀରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri