Posted inଜାତୀୟ

୨୦୨୪ ଶେଷ ହେବା ପୂର୍ବରୁ ଆମର ସଡକ ଭିତ୍ତିଭୂମି ଆମେରିକା ଭଳି ହେବ: ନିତିନ ଗଡକରୀ

ନୂଆଦିଲ୍ଲୀ,୧୨।୧: ଭାରତ ହେଉଛି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଏଠାରେ ଅଟୋ ଇଣ୍ଡଷ୍ଟ୍ରିର ଭୂମିକା ଗୁରୁତ୍ୱପୂର୍ଣ୍ଣ ଏବଂ ଏହାକୁ ବିଶ୍ୱରେ ଏକ ନମ୍ବର କରିବା ପାଇଁ ମୋଦି ସରକାର ଯୋଜନା କରୁଛନ୍ତି। ୨୦୨୪ ଶେଷ ପୂର୍ବରୁ ଆମର ସଡକ ଭିତ୍ତିଭୂମି ଆମେରିକା ଭଳି ହେବ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ କହିଛନ୍ତି।
ଜନସାଧାରଣ ପରିବହନକୁ ପ୍ରୋତ୍ସାହିତ କରିବା ବିଷୟରେ ପରିବହନ ମନ୍ତ୍ରୀ କହିଛନ୍ତି, ଆମେ ସାଧାରଣ ପରିବହନକୁ ପ୍ରୋତ୍ସାହିତ କରିବାକୁ ଚାହୁଁଛୁ। ଭାରତ ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି। ଆସନ୍ତା ୫ ବର୍ଷ ମଧ୍ୟରେ ଭାରତ ଅଟୋ ମୋବାଇଲର ହବ ହେବାକୁ ଯାଉଛି। ବର୍ତ୍ତମାନ ଆମର ଆମଦାନି ଅଧିକ। ସେଥିପାଇଁ ଆମଦାନି ହ୍ରାସ କରିବା ଆବଶ୍ୟକ।
ନିଜ ମନ୍ତ୍ରଣାଳୟର କାର୍ଯ୍ୟକୁ ପ୍ରଶଂସା କରି ଗଡକରୀ କହିଛନ୍ତି, ଆମେ ସାରା ଦେଶରେ ରାସ୍ତା ନିର୍ମାଣ କରୁଛୁ, ସେଥିପାଇଁ ଲୋକମାନେ ଗାଡି କିଣୁଛନ୍ତି। ଆମର ଲଜିଷ୍ଟିକ ମୂଲ୍ୟ ବର୍ତ୍ତମାନ ବହୁତ ଅଧିକ, ପାଖାପାଖି ୬୦%, କିନ୍ତୁ ଆମେ ଏହାକୁ ଏକକ ଅଙ୍କକୁ ଆଣିବାକୁ ଚେଷ୍ଟା କରୁଛୁ। ଆମେ ଜାଣୁ ହାଇଡ୍ରୋଜେନର ମୂଲ୍ୟ କିଲୋଗ୍ରାମ ୩୦୦ ଟଙ୍କା, କିନ୍ତୁ ଶୀଘ୍ର ଏହା କେଜି ପିଛା ୧୦୦ ଟଙ୍କା ହେବ ଏବଂ ଆମ ଦେଶ ଶୀଘ୍ର ଶକ୍ତି ରପ୍ତାନିକାରୀ ହେବ। ୫ ଟ୍ରିଲିୟନ ଡଲାରର ଅର୍ଥନୀତିର ସ୍ବପ୍ନକୁ ସାକାର କରିବା ପାଇଁ ଅଟୋ-ମୋବାଇଲ ଶିଳ୍ପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅଟୋ ଇଣ୍ଡଷ୍ଟ୍ରି ଦେଶରେ ୪୫ ନିୟୁତ ନିଯୁକ୍ତି ଯୋଗାଇଥାଏ। ଏହାର ପରିସର ଏଠାରେ ଆହୁରି ବୃଦ୍ଧି ପାଇବ।
ସଡକ ସୁରକ୍ଷା ବିଷୟରେ ଗଡକରୀ କହିଛନ୍ତି, ସଡକ ସୁରକ୍ଷା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଆକଳନ କରାଯାଇଛି,ଦେଶରେ ୫ ଲକ୍ଷ ଦୁର୍ଘଟଣା ଏବଂ ୧.୫ ଲକ୍ଷ ମୃତ୍ୟୁ ଘଟିଛି। ୨୦୨୪ ସୁଦ୍ଧା ଏହି ସଂଖ୍ୟାକୁ ଅଧାକୁ ହ୍ରାସ କରିବାକୁ ଚେଷ୍ଟା କରୁଛୁ। ସୁରକ୍ଷା ଉପରେ ଧ୍ୟାନ ରଖିବାକୁ ସମସ୍ତ କମ୍ପାନୀକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?