Posted inଜାତୀୟ

୨୦୨୪ର ଫାଇନାଲ ପୂର୍ବରୁ ସେମିଫାଇନାଲରେ ଭାଜପା ବିଜୟୀ…

ନୂଆଦିଲ୍ଲୀ,୩।୧୨ : ୨୦୨୪ର ଲୋକସଭା ଫାଇନାଲ ପୂର୍ବରୁ ଭାଜପା ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନର ସେମିଫାଇନାଲ ଫଳାଫଳରେ ବିଜୟୀ ହୋଇଛି। ୩ ରାଜ୍ୟରେ ଭାଜପା ଆଗୁଆ ରହିଛି। କଂଗ୍ରେସ କେବଳ ଗୋଟିଏ ରାଜ୍ୟରେ ଆଗୁଆ ରହିଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୧୧୫ ରହିଛି।

ଭାଜପା ମଧ୍ୟପ୍ରଦେଶରେ ୧୬୩ ଆସନରେ ଆଗୁଆ ରହିଛି। ସେହିପରି ରାଜସ୍ଥାନରେ ୧୯୯ ଆସନ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ଆସନ ସଂଖ୍ୟା ୧୦୦ ରହିଛି। ଭାଜପା ରାଜସ୍ଥାନରେ ୧୧୩ ଆସନରେ ଆଗୁଆ ରହିଛି। ଅପରପକ୍ଷରେ ଛତିଶଗଡ଼ରେ ମୋଟ ୯୦ ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୪୬ ରହିଛି। ଭାଜପା ୫୫ ସଂଖ୍ୟା ଛୁଇଁଛି। ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାକୁ ଯାଉଛି।

ତେଲଙ୍ଗାନାରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁଛି। ତେଲଙ୍ଗାନାରେ ମୋଟ ଆସନ ସଂଖ୍ୟା ୧୧୯ ରହିଛି। ଏଠାରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୬୦ ରହିଛି। କଂଗ୍ରେସ ତେଲଙ୍ଗାନାରେ ୬୩ ଆସନରେ ଆଗୁଆ ରହିଛି। ଏଠାରେ ବିଆରଏସ ୪୧ ଏବଂ ଭାଜପା ୮ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ୭ ଆସନରେ ଆଗୁଆ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri