Posted inଜାତୀୟ

ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଅଜିତ ପାଓ୍ବାରଙ୍କୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ୪ ତୁଙ୍ଗ ନେତା

ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାଓ୍ବାରଙ୍କୁ ଲାଗିଛି ଶକ୍ତ ଝଟ୍‌କା। ତାଙ୍କ ଦଳର ୪ ତୁଙ୍ଗ ନେତା ଇସ୍ତଫା ଦେଇଦେଇଛନ୍ତି। ସେମାନେ ଖୁବ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ହେଲେ ଏନସିପିର ପିମ୍ପରି-ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର ।

ସୂଚନା ଅନୁଯାୟୀ, ମହାରାଷ୍ଟ୍ରର ଭୋସାରି ବିଧାନସଭା ସିଟ ହାତେଇବା ନିମନ୍ତେ ଅଜିତ ଗହୱାନେ ରେସ୍‌ରେ ଥିଲେ ମଧ୍ୟ ଶେଷରେ ତାଙ୍କୁ ନିରାଶ ହେବାକୁ ପଡିଥିଲା। ଏଥିପାଇଁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି। ସେମାନେ ସମସ୍ତେ ଶରଦ ପାୱାରଙ୍କ ଏନସିପିରେ ସାମିଲ ହେବାକୁ ଉଦ୍ୟମ ଆରମ୍ଭ କରିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଗତବର୍ଷ ଜୁଲାଇ ମାସରେ ଅଜିତ ପାୱାର ଏନସିପିର ଅଧିକାଂଶ ବିଧାୟକଙ୍କୁ ଧରି ଭାଜପା ଓ ସିନ୍ଦେ ସରକାରରେ ସାମିଲ ହୋଇଥିଲେ। ଅଜିତ ପାୱାରଙ୍କୁ ମଧ୍ୟ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା। ମାତ୍ର ମହାରାଷ୍ଟ୍ର ଲୋକ ସଭା ନିର୍ବାଚନରେ ଭାଜପା ନେତ୍ୱାଧୀନ ଏନଡିଏର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାଜ୍ୟରେ ରାଜନୀତିକ ହଟଚମଟ ଆରମ୍ଭ ହୋଇ ଯାଇଥିଲା। ଏଥିସହ ଆଗକୁ ବିଧାନସଭା ନିର୍ବାଚନ ଥିବାରୁ ଏହା ପୂର୍ବରୁ ଅଜିତ ପାୱାରଙ୍କ ଦଳର ନେତା ଶରଦ ପାୱାରଙ୍କ ଦଳକୁ ଡେଇଁବାକୁ ଉଦ୍ୟମ ଆରମ୍ଭ କରିଥିବା ଚର୍ଚ୍ଚା ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?