ମନ୍ତ୍ରୀ ଆସିବା ପୂର୍ବରୁ ଫଳକ ଭାଙ୍ଗିଦେଲେ

ଜଗତ୍‌ସିଂହପୁର, ୨ା୧୦ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ବ୍ଲକ ଅନ୍ତର୍ଗତ ମଣ୍ଡାସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ରବିବାର ଅଭାବନୀୟ ଘଟଣା ଘଟିଛି। ସିଏଚ୍‌ସିର ନୂଆ ବହିର୍ବିଭାଗ ଓ ସରକାରୀ ବାସଗୃହ ନିର୍ମାଣ ପାଇଁ ଅନୁଦାନ ଆସିଲା। ଏହାର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ସ୍ବାସ୍ଥ୍ୟ, ପରିବାର କଲ୍ୟାଣ ଓ ସଂସଦୀୟ ବ୍ୟାପାର ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଅପରାହ୍ନରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ନେଇ ଫଳକ ନିର୍ମାଣ ହୋଇଥିଲା। ଏଥିରେ ମନ୍ତ୍ରୀଙ୍କ ସହ ଜଗତ୍‌ସିଂହପୁର ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ, ଜିଲା ପରିଷଦ ସଭାପତି ମନୋଜ ଭୋଇ, ଜଗତ୍‌ସିଂହପୁର ବ୍ଲକ ଅଧ୍ୟକ୍ଷା କନକପ୍ରଭା ଲେଙ୍କା, ଉପାଧ୍ୟକ୍ଷ ରତିରଞ୍ଜନ ବେହେରା, ଜିଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ରାଉଳ, ଜିଲାପାଳ ପାରୁଲ ପଟୱାରି ପ୍ରମୁଖଙ୍କ ନାମ ଥିଲା। କିନ୍ତୁ ଭିତ୍ତିପ୍ରସ୍ତର ସ୍ଥାପନ ପୂର୍ବରୁ କେହି ଦୁର୍ବୃତ୍ତ ଏହାକୁ ଭାଙ୍ଗି ଦେଇଛନ୍ତି। ଏହାକୁ କିଏ ଓ କାହିଁକି ଭାଙ୍ଗିଲେ ସେ ନେଇ ସମଗ୍ର ଅଞ୍ଚଳରେ ଆଲୋଚନା ଜୋର ଧରିଛି। ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମଣ୍ଡାସାହି ସରପଞ୍ଚ ପୁଷ୍ପଲତା ଦାସ ଓ ସମିତି ସଭ୍ୟ କଳ୍ପନା ଭୋଇଙ୍କ ନାଁ ଫଳକରେ ଉଲ୍ଲେଖ କରାଯାଇ ନ ଥିବାରୁ ସେମାନଙ୍କ କେହି ସମର୍ଥକ ପ୍ରତିକ୍ରିୟାଶୀଳ ହୋଇ ଏଭଳି କରିଛନ୍ତି। ଏ ସମ୍ପର୍କରେ ସରପଞ୍ଚ ଦାସଙ୍କୁ ପଚାରିବାରୁ ସେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ପକ୍ଷରୁ ଚିଠି କରାଯାଇଥିଲା। କିନ୍ତୁ ଫଳକରେ ତାଙ୍କ ନାଁ ନ ଥିଲା, ଯାହା କି ଅସମ୍ମାନଜନକ। ଫଳକରେ ନାଁ ନ ଥିବା କଥା ଆଗୁଆ ଜାଣିପାରି ନ ଥିଲେ । ପଞ୍ଚାୟତରେ ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ଥିବାବେଳେ ଖବର ଆସିଥିଲା କେହି ଫଳକ ଭାଙ୍ଗି ଦେଇଛନ୍ତି । ତେବେ ପରବର୍ତ୍ତୀ ସମୟରେ ଆଉଥରେ ନୂଆ ଫଳକ ତିଆରି କରାଯାଇଛି। ସେଥିରେ ଦାସଙ୍କ ସମେତ ସମିତି ସଭ୍ୟ ଭୋଇଙ୍କ ନାଁ ସ୍ଥାନିତ କରାଯାଇଛି। ଏହାପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଥିଲା। ବିଳମ୍ବ ହୋଇଥିଲେ ସୁଦ୍ଧା ମନ୍ତ୍ରୀ ଓ ଅନ୍ୟ ଅତିଥିମାନଙ୍କ ଦ୍ୱାରା ସେଠାରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri