Posted inଜାତୀୟ

ସର୍ବଦଳୀୟ ବୈଠକ ଡକାଇଲେ ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କିଆ ନାଇଡୁ ବିଭିନ୍ନ ରାଜନୈତିକ ଦଳ ସହ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୯ ଅର୍ଥାତ୍‌ ସୋମବାରରୁ କରୋନା ପ୍ରେଟୋକଲ୍‌ ଅନୁଯାୟୀ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଭେଙ୍କିଆ ନାଇଡୁ ଏହି ବୈଠକରେ ଉଚ୍ଚ ସଦନର ସମସ୍ତ ନେତାଙ୍କୁ ଆମନ୍ତ୍ରଣ କରିଛନ୍ତି। ସନ୍ଧ୍ୟାରେ ଏହି ବୈଠକ ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କିଆ ନାଇଡୁଙ୍କ ବାସଭବନରେ ଆୟୋଜିତ ହେବ। ଏଥିରେ ସେ ଗୃହକୁ ସୁଚାରୁ ରୂପେ ଚଳାଇବାକୁ ସମସ୍ତ ଦଳକୁ ନିବେଦନ କରିବେ। ଏହି ବୈଠକରେ ସାମିଲ ହେବା ପାଇଁ ଏପର୍ଯ୍ୟନ୍ତ ୪୦ଜଣ ନେତା ଓ କେନ୍ଦ୍ରମନ୍ତ୍ରୀ ସହମତି ପ୍ରକାଶ କରିଛନ୍ତି। ସୂଚନା ମୁତାବକ ଚଳିତ ଥର ରାଜ୍ୟ ସଭାରେ ସଦନର ନୂଆ ନେତା ପୀୟୁଷ ଗୋଏଲ ମଧ୍ୟ ସାମିଲ ହେବେ। ସୂଚନାଯୋଗ୍ୟ, ସଂସଦର ଆଗାମୀ ଅଧିବେଶନରେ ଉତ୍ତେଜନା ପ୍ରକାଶ ପାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଦେଶରେ କରୋନା, ମହଙ୍ଗା ମାଡ଼ ଓ ବେରୋଜଗାରୀ ଭଳି ଅନେକ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri