ପଞ୍ଚାୟତ ନିର୍ବାଚନ ପୂର୍ବରୁ ମନେ ପଡ଼ିଲା ଚିନିକଳ କଥା

ବରଗଡ଼ ଅଫିସ୍‌,୭।୧୨: ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଏବଂ ଅନ୍ୟ ଶିଳ୍ପ ପ୍ରତିଷ୍ଠା ପାଇଁ ମଙ୍ଗଳବାର ବିଧାନସଭା ରୁମ ନଂ-୫୪ରେ ଏକ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି । ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍‌ ତ୍ରିପାଠୀ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ସମବାୟ ସଚିବ ବୀର ବିକ୍ରମ ଯାଦବ, ଅର୍ଥ ସଚିବ ବିଶାଳ ଦେବ, ଶିଳ୍ପ ସଚିବ ହେମନ୍ତ ଶର୍ମା, ବରଗଡ଼ ଜିଲାପାଳ ମୋନିଷା ବାନାର୍ଜୀ ପ୍ରମୁଖ ଉପସ୍ଥିତ ଥିଲେ।

ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ କରିବା କିମ୍ବା ସେହି ସ୍ଥାନରେ ଅନ୍ୟ ଶିଳ୍ପ ଇଥାନଲ ଶିଳ୍ପ ତଥା ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ଶିଳ୍ପ ପ୍ରତିଷ୍ଠା ପାଇଁ ଆଲୋଚନା ହୋଇଥିଲା। ଇଡକୋ, ଇଣ୍ଡଷ୍ଟ୍ରି ବିଭାଗ ସହିତ ଆଲୋଚନା କରି ଶିଳ୍ପ ସଚିବ, ସମବାୟ ସଚିବ ଶୀଘ୍ର ବରଗଡ଼ ସମବାୟ ଚିନିକଳ ପରିଦର୍ଶନ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ସମବାୟ ମନ୍ତ୍ରୀ ସ୍ବାଇଁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି । ତେବେ ପଞ୍ଚାୟତ ଭୋଟ୍‌ ପୂର୍ବରୁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ନେଇ ସରକାରୀସ୍ତରରେ ଏଭଳି ତତ୍ପରତା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri