Posted inଜାତୀୟ

‘ଭିକ ମାଗୁଛି, ଜୀବନ ଶେଷ କରନାହିଁ’

ଚେନ୍ନାଇ,୧୫।୯: ତାମିଲନାଡୁରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଚାପର ସମ୍ମୁଖୀନ ହେଉଥିବା ଛାତ୍ରୀଛାତ୍ରଙ୍କୁ ବୁଧବାର ଏକ ଭାବପ୍ରବଣ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ଏହି ବିବାଦୀୟ ପରୀକ୍ଷା କାରଣରୁ ଗୋଟିଏ ସପ୍ତାହରେ ରାଜ୍ୟର ୩ ଆଶାୟୀ ଆତ୍ମହତ୍ୟା କରିଛନ୍ତି।

୧୭ ବର୍ଷୀୟା ଜଣେ ଛାତ୍ରୀ ତାମିଲନାଡୁରେ ଆତ୍ମହତ୍ୟା କରିଛନ୍ତି। ପୀଡ଼ିତା ଜଣେ ଦିନ ମଜୁରିଆଙ୍କ ଝିଅ। ସେ ଚଳିତ ବର୍ଷ ନିଟ୍‌ ପରୀକ୍ଷା ଦେଇଥିଲେ। କିନ୍ତୁ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରିବେ ନା ନାହିଁ, ସେଥିଲାଗି ସେ ଚିନ୍ତିତ ଥିଲେ। ଦ୍ୱାଦଶ ପରୀକ୍ଷାରେ ପୀଡ଼ିତାଙ୍କ ୮୪.୯ ପ୍ରତିଶତ ମାର୍କ ଆସିଥିଲା। ଏଥିପୂର୍ବରୁ ନିଟ୍‌ ପରୀକ୍ଷା ପୂର୍ବରୁ ରାଜ୍ୟରେ ଦୁଇ ଛାତ୍ର ଆତ୍ମହତ୍ୟା କରିଥିଲେ। ଗତ କିଛି ବର୍ଷ ହେଲା, ପ୍ରତିବର୍ଷ ରାଜ୍ୟରେ ୧୫ ମେଡିକାଲ ଆଶାୟୀ ଆତ୍ମହତ୍ୟା କରୁଛନ୍ତି।

”ମୁଁ ତୁମମାନଙ୍କୁ ଭିକ ମାଗୁଛି, ତୁମେ ଜୀବନ ଶେଷ କରନାହିଁ। ତୁମ ପାଇଁ କିଛି ଅସମ୍ଭବ ନୁହେଁ। ନିଜ ଉପରେ ବିଶ୍ୱାସ ରଖି ପାଠପଢ଼। ଛୁଆଙ୍କ ଉପରେ ଚାପ ପକାଇବା ପରିବର୍ତ୍ତେ ପରିବାରବର୍ଗ ଛୁଆଙ୍କ ଆତ୍ମବିଶ୍ୱାସକୁ ବଢ଼ାଇବା ଦରକାର“ ବୋଲି ନିଟ୍‌ ଆଶାୟୀଙ୍କୁ ଅନୁରୋଧ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ଷ୍ଟାଲିନ। ଏଥିସହ ସେ ଛାତ୍ରୀଛାତ୍ରଙ୍କୁ ୧୦୪ ଡାଏଲ୍‌ କରି ମାନସିକ ବିଶେଷଜ୍ଞଙ୍କ ସହ କଥା ହେବାକୁ ପରମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri