ଭିକାରିଙ୍କ ହାତରେ କ୍ୟୁଆର୍‌ କୋଡ୍‌…

ବେଜିଂ,୧୧।୪: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଭିକାରିମାନେ ଏବେ ଡିଜିଟାଲ ପେମେଣ୍ଟ୍‌ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ସଂକ୍ରମଣର ଭୟ ରହିବ ନାହିଁ ବୋଲି ଭିକାରିମାନେ କହିଛନ୍ତି। ଚାଇନାରେ ସୂଚନା ପ୍ରଯୁକ୍ତି ଜ୍ଞାନକୌଶଳ ଅଧିକ ବିକଶିତ ଥିବାରୁ ଲୋକେ ପ୍ରାୟତଃ ଡେବିଟ୍‌ ଅବା କ୍ରେଡିଟ୍‌ କାର୍ଡ ଧରି ଘରୁ ବାହାରକୁ ବାହାରିଥାନ୍ତି। ଏପରିସ୍ଥଳେ ରାସ୍ତାଘାଟରେ ଭିକାରିଙ୍କୁ ଭେଟିଲେ ଲୋକେ ଇ-ଓ୍ବାଲେଟକୁ ଟଙ୍କା ଟ୍ରାନ୍ସଫର କରିବାକୁ ପସନ୍ଦ କରୁଛନ୍ତି। ଚାଇନାରେ ଭିକ୍ଷାବୃତ୍ତିକୁ ଏପ ଅପରାଧ ଭାବେ ଗ୍ରହଣ ନ କରାଯିବାକୁ କୋର୍ଟରେ ଏକ ଆବେଦନର ବିଚାର ଜାରି ରହିଛି। ଆବେଦନକାରୀ ସୂଚିତ କରିଛନ୍ତି ଯେ, ଭିକ୍ଷାବୃତ୍ତି ନ କଲେ ଦେଶରେ ଆପରାଧିକ କାର୍ଯ୍ୟ କଳାପ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ କୋର୍ଟ ୫ ରାଜ୍ୟକୁ ୩ ସପ୍ତାହ ମଧ୍ୟରେ ଜବାବ ତଲବ କରିଛନ୍ତି। ୨୦୧୧ ଜନଗଣନା ଅନୁସାରେ ଚାଇନାରେ ୪ ଲକ୍ଷ ୧୩ ହଜାର ୬୭୦ ଜଣ ଭିକାରି ଅଛନ୍ତି। ଭିକାରିମାନେ ହାତରେ କ୍ୟୁଆର୍‌ କୋଡ୍‌ ଧରି ରାସ୍ତାଘାଟ, ପର୍ଯ୍ୟଟନସ୍ଥଳ ଏବଂ ଅନ୍ୟ ଅଞ୍ଚଳରେ ଭିକ ମାଗିବାର ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri