ଭୋଟ ଭିକ୍ଷାକଲେ ଖାର୍ଗେ

ଭୁବନେଶ୍ବର,୧୫।୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏମ୍‌ପି ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର ଦ୍ୱିପ୍ରହର ସମୟରେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ସହ ବୈଠକ କରିଛନ୍ତି। ଏହି ଅବସରରେ ସେ ନିଜର ପ୍ରାର୍ଥିତ୍ୱ ସମ୍ପର୍କରେ ଅବତାରଣା କରିବା ସହ ସମସ୍ତଙ୍କୁ ଭୋଟ ଭିକ୍ଷା କରିଛନ୍ତି। ବୈଠକ ପରେ ସେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ କରି ତାଙ୍କ ଗସ୍ତ ସମ୍ପର୍କରେ କହିଛନ୍ତି। ଖାର୍ଗେଙ୍କ ସହ ଏଆଇସିସିର ପୂର୍ବତନ ମୁଖପାତ୍ର ଗୌରବ ବଲ୍ଲଭ ମଧ୍ୟ ଉପସ୍ଥିତ ରହିଥିଲେ।
ଏହି ଅବସରରେ ଗୌରବ ସୂଚନା ଦେଇ କହିଛନ୍ତି, ଇନ୍ଦିରା ଗାନ୍ଧୀଙ୍କ ସମୟରୁ ଖାର୍ଗେ କଂଗ୍ରେସରେ ସକ୍ରିୟ ଭାବେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଆସୁଛନ୍ତି। ପ୍ରାୟ ୫୫ ବର୍ଷ ଧରି ସେ ଶୃଙ୍ଖଳା ଓ ନିଷ୍ଠାର ସହ ଦଳର ସେବା କରିଆସୁଛନ୍ତି। ସେ ପ୍ରଥମେ ବ୍ଲକ କଂଗ୍ରେସ ସଭାପତି, ଜିଲା କଂଗ୍ରେସ ଉପସଭାପତି ଓ ସଭାପତି, ପ୍ରଦେଶ କଂଗ୍ରେସ ଉପସଭାପତି ଓ ସଭାପତି, ବିରୋଧୀ ଦଳ ନେତା ଭାବେ କାର୍ଯ୍ୟ କରିଛନ୍ତି। କର୍ନାଟକ ପ୍ରଦେଶରେ ବହୁବାର ମନ୍ତ୍ରୀ ଏବଂ ନିରବଚ୍ଛିନ୍ନ ୯ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଲୋକ ସଭାକୁ ୨ ଥର ଏବଂ ରାଜ୍ୟ ସଭାକୁ ଥରେ ନିର୍ବାଚିତ ହୋଇଛନ୍ତି। ସେ ଲୋକ ସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଭାବେ ସୁଚାରୁରୂପେ ଦାୟିତ୍ୱ ନିର୍ବାହ କରିଛନ୍ତି। ଖାର୍ଗେ କହିଛନ୍ତି, ସଭାପତି ନିର୍ବାଚନ ଲାଗି ତାଙ୍କର କିଛି ନୂତନ ଇସ୍ତାହାର ନାହିଁ। ରାଜସ୍ଥାନର ଉଦୟପୁର ଚିନ୍ତନ ଶିବିରରେ ଏଆଇସିସିର ବିଭିନ୍ନ ବିଶେଷଜ୍ଞ କମିଟିର ଘୋଷଣା ହିଁ ତାଙ୍କ ଇସ୍ତାହାର। ସେହି ଘୋଷଣାନାମା ଅନୁସାରେ ସାମାଜିକ ନ୍ୟାୟ, କୃଷକ ଓ ଯୁବକମାନଙ୍କ ଅଧିକାର, ଅର୍ଥନୈତିକ ଏବଂ ବୈଦେଶିକ ନୀତି ସହ ବିଶେଷ କରି କଂଗ୍ରେସ ସାଙ୍ଗଠନିକ କାର୍ଯ୍ୟକ୍ରମ ପ୍ରସ୍ତୁତ ହେବ। ଆମ ଦେଶକୁ ରସାତଳଗାମୀ କରୁଥିବା ମୋଦି ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ କରିବାକୁ ହେବ। ଦରଦାମ ବୃଦ୍ଧି, ଜାତି, ଧର୍ମ ଓ ବର୍ଣ୍ଣକୁ ନେଇ ଦେଶରେ ହିଂସା, ଈର୍ଷା ଓ ଭେଦଭାବ ସୃଷ୍ଟି କରୁଥିବା ମୋଦି, ଭାଜପା ଓ ଆର୍‌ଏସ୍‌ଏସ୍‌କୁ ମୁକାବିଲା କରି ଦେଶରେ ଅଖଣ୍ଡତା, ଭ୍ରାତୃଭାବ, ଶାନ୍ତି, ପ୍ରୀତି ଓ ମୈତ୍ରୀ ବଜାୟ ରଖିବା ହେଉଛି ଆମର କର୍ତ୍ତବ୍ୟ। ଗଣତନ୍ତ୍ର ଏବଂ ସମ୍ବିଧାନ ଏବେ ବିପଦଗ୍ରସ୍ତ। ସାମ୍ବିଧାନିକ ଅନୁଷ୍ଠାନଗୁଡ଼ିକ ମୋଦି ସରକାରଙ୍କ ଦ୍ୱାରା କବଳିତ। ମୋଦି ସରକାର ଗଣତନ୍ତ୍ରଙ୍କୁ ହତ୍ୟା କରୁଛନ୍ତି। କଂଗ୍ରେସର ନିର୍ବାଚିତ ସରକାର ଯଥା କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଆଦିକୁ ସରକାରୀ କଳର ଅପବ୍ୟବହାର ଓ ଅର୍ଥବଳ ପ୍ରୟୋଗ କରି ମୋଦି ସରକାର ଭାଙ୍ଗି ଦେଇଛନ୍ତି। ଗୋଆ ଓ ମଣିପୁରରେ ମଧ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅବମାନନା କରିଛନ୍ତି। ସାରା ଦେଶରେ ଯେଉଁମାନେ ଅଣଭାଜପା ସରକାର ଗଠନ କରିଛନ୍ତି ସେମାନଙ୍କୁ ଭୀତତ୍ରସ୍ତ କରାଉଛନ୍ତି। ଯେଉଁମାନେ ମୋଦି ସରକାରଙ୍କ ଭ୍ରଷ୍ଟାଚାର ଓ ଦୁର୍ନୀତି ବିରୋଧରେ ପ୍ରତିବାଦ କରୁଛନ୍ତି ସେମାନଙ୍କୁ ସିବିଆଇ, ଇଡି ଓ ଆୟକର ବିଭାଗକୁ ଲଗାଇ ହଇରାଣ ହରକତ କରାଯାଉଛି। ଦେଶ ସ୍ବାଧୀନତା ପାଇଁ ଆର୍‌ଏସ୍‌ଏସ୍‌ ବା ଭାଜପାର କୌଣସି ଅବଦାନ ନାହିଁ। କଂଗ୍ରେସ ଦଳ ଦେଶକୁ ସ୍ବାଧୀନତା ଦେଇଛି। ଦେଶ ଗଠନ କରିଛି। ଆର୍‌ଏସ୍‌ଏସ୍‌ ବ୍ରିଟିଶର ବୋଲକରା ଥିଲା। କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ଦେଶରେ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri