ମହାଯଜ୍ଞ ଆରମ୍ଭ: ବେଦମନ୍ତ୍ରରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୧୬ା୧(ଅଜିତ ମହାନ୍ତି):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିିଛି। ୧୨ ତାରିଖରେ ଶ୍ରୀନହରରେ ଗଜପତି ମହାରାଜା ଶ୍ରୋତ୍ରୀୟ ବାହ୍ମଣମାନଙ୍କୁ ଗୁଆଟେକା ଓ ବରଣ କରିବା ପରେ ପ୍ରକଳ୍ପ ଲୋକାର୍ପଣ ଉତ୍ସବର ଆଦ୍ୟପର୍ବ ଆରମ୍ଭ ହୋଇଥିଲା। ବରଣ ହୋଇଥିବା ବାହ୍ମଣମାନେ ଯଜ୍ଞସ୍ଥଳକୁ ଯାଇ ଅଙ୍କୁରା ରୋପଣ, ଅଙ୍କୁର ପୂଜନ, ଅଧିବାସ ସହ ଅନ୍ୟାନ୍ୟ ନୀତି ସାରିବା ପରେ ସୋମବାରଠାରୁ ମହାଯଜ୍ଞ ଆରମ୍ଭ ହୋଇଛି। ଏହା ୩ ଦିନ ଧରି ଚାଲିବ।
ବ୍ରାହ୍ମଣମାନଙ୍କ ମନ୍ତ୍ରଧ୍ୱନି ସାଙ୍ଗକୁ ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦପାଠରେ ଶ୍ରୀକ୍ଷେତ୍ର କମ୍ପୁଛି। ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ଐଶାନ୍ୟ କୋଣରେ ସ୍ଥାପନ କରାଯାଇଥିବା ଯଜ୍ଞବେଦି ସହ ଚାରିଦ୍ୱାରକୁ ସୁନ୍ଦର ଭାବେ ସଜାଯାଇଛି। ସିଂହଦ୍ୱାର ଅର୍ଥାତ୍‌ ପୂର୍ବଦ୍ୱାରରେ ଋକ୍‌ ବେଦ, ଦକ୍ଷିଣ ଦ୍ୱାରରେ ଅଥର୍ବ ବେଦ, ପଶ୍ଚିମ ଦ୍ୱାରରେ ସାମ୍‌ ବେଦ ଓ ଉତ୍ତର ଦ୍ୱାରରେ ଯଜୁଃବେଦ ପାଠରେ କମ୍ପୁଛି ଶ୍ରୀମନ୍ଦିର ଚାରିଦ୍ୱାର। ସୋମବାର ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ, ଆଚାର୍ଯ୍ୟଙ୍କ ଦ୍ୱାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ ସହ ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ କରାଯାଇଥିଲା। ତେବେ ଯଜ୍ଞ ହେବା ପୂର୍ବରୁ ଲୋକାର୍ପଣ ହେବାକୁ ଥିବା ଶିଳାକୁ ବ୍ରାହ୍ମଣମାନେ ପୂଜାର୍ଚ୍ଚନା କରି ଚାରିପାଖରେ ଅଭିମନ୍ତ୍ରିତ ଜଳ ସିଞ୍ଚନ କରିଥିଲେ। ସକାଳେ ଅଖଣ୍ଡ ଦୀପ ସ୍ଥାପନ କରାଯାଇ ପଞ୍ଚକର୍ମ, ବ୍ରାହ୍ମଣ ବରଣ ସହ ମଣ୍ଡଳ ପୂଜନ ହୋଇଥିଲା। ପରେ ଅପରାହ୍ନରେ ବୈଷ୍ଣବାଗ୍ନି ସଂସ୍କାର, ହବନ, ଆରତି, ପୁଷ୍ପାଞ୍ଜଳି, ପ୍ରଦକ୍ଷିଣ ଅନୁଷ୍ଠିତ ହୋଇଥିଲା। ମକର ସଂକ୍ରାନ୍ତି ଭଳି ଏକ ପବିତ୍ର ଦିବସରେ ମହାଯଜ୍ଞ ଆରମ୍ଭ ହୋଇଥିବାରୁ ଏହା ସମସ୍ତଙ୍କ ପାଇଁ ପରମ ସୌଭାଗ୍ୟର ବିଷୟ ବୋଲି ଆଚାର୍ଯ୍ୟ ବ୍ରାହ୍ମଣମାନେ କହିଛନ୍ତି। ପ୍ରଶାସନ ପକ୍ଷରୁ ନିର୍ଦ୍ଧାରଣ କରାଯାଇଥିବା ପୌଷ ଶୁକ୍ଳ ସପ୍ତମୀ ତିଥିରେ ବୁଧବାର ଗଜପତି ମହାରାଜା ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ। ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକଳ୍ପକୁ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ।
ପରିକ୍ରମା ପ୍ରକଳ୍ପ ଅପୂର୍ବ ଦିବ୍ୟ ଅନୁଭୂତି ପ୍ରଦାନ କରୁଛି। ସମଙ୍ଗ ପାର୍କିଂ, ଶ୍ରୀସେତୁ, ଜଗନ୍ନାଥ ବଲ୍ଲଭ ପିଲିଗ୍ରୀମ୍‌ ସେଣ୍ଟର ଏବଂ ଶ୍ରୀମାର୍ଗ ପ୍ରସ୍ତୁତ ସରିଛି। କାର୍ଯ୍ୟକ୍ରମରେ ପ୍ରାୟ ୯ଶହ ଅତିଥି ଓ ସେବାୟତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଅତିଥିମାନେ ପୁରୀରେ ପହଞ୍ଚତ୍ବାରେ ଲାଗିଛନ୍ତି। ସେମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ସେହିପରି ଓବିସିସି ଅଧିକାରୀ ପ୍ରଭାତ କୁମାର ପାଣିଗ୍ରାହୀ କହିଛନ୍ତି, ଶ୍ରୀସେତୁଠାରୁ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର ଓ ସେଠାରୁ ଶ୍ରୀମାର୍ଗ ଦେଇ ଶ୍ରୀମନ୍ଦିର ପର୍ଯ୍ୟନ୍ତ ଭକ୍ତଙ୍କ ଯାତାୟାତ ପାଇଁ ବ୍ୟାଟେରିଚାଳିତ ବସ୍‌ ଏବଂ ଅଟୋ ଚଳାଚଳ ସୁବିଧା ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରିସରରେ ସୁନ୍ଦର ବଗିଚା, ପ୍ରଶସ୍ତ ପ୍ରଦକ୍ଷିଣ ରାସ୍ତା, ଶୌଚାଳୟ, ପାନୀୟଜଳ ବ୍ୟବସ୍ଥା, ସୁନ୍ଦର କଳାକୃତି ପ୍ରଭୃତି ଭକ୍ତମାନଙ୍କୁ ଏକ ନୂଆ ଅନୁଭୂତି ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri