ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ବ୍ୟାଙ୍କ କଲୋନୀର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଥିବାବେଳେ ତାମ୍ପରା ହ୍ରଦ ସଂଲଗ୍ନ ଅଞ୍ଚଳ ମଧ୍ୟ ଜଳମଗ୍ନ ହୋଇପଡ଼ିଥିଲା। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ ଜଳ ନିଷ୍କାସନ ପାଇଁ ପଦକ୍ଷେପ ନେଇଛି।

ଜଳବନ୍ଦୀ ସମସ୍ୟା ସମ୍ପର୍କରେ ସୂଚନା ପାଇ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଓ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ପରଖିଥିଲେ। ଏହାପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ଜଳ ନିଷ୍କାସନ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବା ନେଇ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।

ଜିଲ୍ଲାପାଳ ଓ ବିଧାୟକଙ୍କ ହସ୍ତକ୍ଷେପ ପରେ କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ କରାଯାଇଛି। ଅଗସ୍ତି ନୂଆଗାଁ ଗ୍ରାମ ମୁହାଣରେ ତାମ୍ପରା ହ୍ରଦ ସମ୍ପ୍ରସାରିତ ହୋଇଥିବା ପାଟ ଅଞ୍ଚଳରେ ଜମିଥିବା ଦଳକୁ ସଫା କରାଯାଉଛି। ଏଥିସହ ଜଳ ନିଷ୍କାସନ ରାସ୍ତା ଓ କେନାଲଗୁଡ଼ିକୁ ମଧ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସଫେଇ କରାଯାଉଛି।

ଏହି କାର୍ଯ୍ୟ ଫଳରେ ବିଭିନ୍ନ ଅଞ୍ଚଳରେ ଜମି ରହିଥିବା ବର୍ଷାଜଳ ଧୀରେ ଧୀରେ ସମୁଦ୍ର ଆଡ଼କୁ ନିଷ୍କାସିତ ହେଉଛି। ଆଗାମୀ କିଛି ଦିନ ମଧ୍ୟରେ ଜଳବନ୍ଦୀ ଅଞ୍ଚଳର ଜଳସ୍ତର ହ୍ରାସ ପାଇ ସ୍ଥିତି ସ୍ୱାଭାବିକ ହେବ ବୋଲି କ୍ଷୁଦ୍ର ଜଳସେଚନ ବିଭାଗ, ବ୍ରହ୍ମପୁର ଡିଭିଜନ-୨ର ଅଧୀକ୍ଷଣ ଯନ୍ତ୍ରୀ ହିମାଂଶୁ ସ୍ୱାଇଁ ଓ ଛତ୍ରପୁର ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ପଣ୍ଡା କହିଛନ୍ତି।

ଉଭୟ ଅଧିକାରୀଙ୍କ ଉପସ୍ଥିତିରେ ଗ୍ରାମବାସୀ, ପାଣି ପଞ୍ଚାୟତ ସଭାପତି ଓ କର୍ମକର୍ତ୍ତାଙ୍କ ସହଯୋଗରେ ଜଳ ନିଷ୍କାସନ ନିମନ୍ତେ ସଫେଇ କାର୍ଯ୍ୟ ଜାରି ରହିଛି। ଏହାଦ୍ୱାରା ଲୋକଙ୍କ ସହିତ ଚାଷୀମାନେ ମଧ୍ୟ ଉପକୃତ ହେବେ ବୋଲି କୁହାଯାଇଛି।

ଅନ୍ୟପକ୍ଷରେ, ୫-୬ ଦିନ ଧରି ଜଳବନ୍ଦୀ ସମସ୍ୟାରେ ରହିଥିବା ଅଞ୍ଚଳବାସୀଙ୍କ ପାଇଁ ପ୍ରଶାସନର ଏହି ପଦକ୍ଷେପ ଆଶ୍ୱସ୍ତି ଆଣିଛି। ଜଳ ନିଷ୍କାସନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଇଥିବାରୁ ଅଞ୍ଚଳବାସୀ ଜିଲ୍ଲାପାଳ, ଛତ୍ରପୁର ବିଧାୟକ ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଜଳ ନିଷ୍କାସନ ବ୍ୟବସ୍ଥା ସ୍ୱାଭାବିକ ହେଲେ ଜଳବନ୍ଦୀ ସମସ୍ୟାରୁ ମୁକ୍ତି ମିଳିବ ବୋଲି କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?