ବେଗୁନିଆ ସରପଞ୍ଚଙ୍କ ସମେତ ୨ ଗିରଫ

ବେଗୁନିଆ,୧୪ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନର ଫଳାଫଳ ଶନିବାର ଘୋଷଣା ପରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଭଙ୍ଗାରୁଜା ସହ ଉତ୍ତେଜନା ପ୍ରକାଶ ପାଇଥିଲା। ଏନେଇ ସାରୁଅ ଗ୍ରାମର ସମ୍ବିିତ୍‌ କୁମାର ମହାଭୋଇଙ୍କ ଅଭିଯୋଗକ୍ରମେ ବେଗୁନିଆ ପୋଲିସ ୧୬ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ଏହି ଘଟଣାରେ ରବିବାର ପୋଲିସ ବେଗୁନିଆ ପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ସତ୍ୟନାରାୟଣ ପ୍ରଧାନ ଓ ସୁରେନ୍ଦ୍ର କୁମାର ପାଲଟାସିଂହଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ତେବେ ସତ୍ୟନାରାୟଣଙ୍କୁ ଜାମିନ ମିଳିିଥିବା ପୋଲିସ କହିଛି।
ପ୍ରକାଶ ଯେ, ସମିତି ଅଧ୍ୟକ୍ଷ ପଦ ପାଇଁ ଶନିବାର ବ୍ଲକ କାର୍ଯ୍ୟାଳୟରେ ମତଦାନ କରାଯାଇଥିଲା। ଏଥିରେ ସାରୁଅ ପଞ୍ଚାୟତର ନବନିର୍ବାଚିତ ସମିତିସଭ୍ୟ ଲକ୍ଷ୍ମୀଧର ସୁବୁଦ୍ଧି ତାଙ୍କ ନିକଟତମ ପ୍ରତନ୍ଦ୍ୱନ୍ଦ୍ୱୀଙ୍କୁ ଖଣ୍ଡେ ଭୋଟରେ ହରାଇ ସମିତି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ଏହାକୁ ନେଇ ପରାଜିତ ପ୍ରାର୍ଥୀଙ୍କ ସମର୍ଥକମାନେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥିବା ୩ଟି କାର ଭଙ୍ଗାରୁଜା କରିଥିଲେ। ଏହା ସହିତ ବିଜୟୀ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ଧମକ ଦେଇଥିଲେ। ଏନେଇ ସାରୁଅ ଗ୍ରାମର ସମ୍ବିତଙ୍କ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ.୬୨/୨୨) ରୁଜୁ କରିଥିଲା। ଏସ୍‌ପି ଅଲେଖ ଚନ୍ଦ୍ର ପହିଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଡିପିଓ ସୁଶୀଲ କୁମାର ମିଶ୍ର ଓ ଆଇଆଇସି ଲକ୍ଷ୍ମୀ ପ୍ରସାଦ ଶତପଥୀଙ୍କ ସମେତ ୭ଜଣିଆ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇ ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି। ଅନ୍ୟପକ୍ଷରେ ଉତ୍ତେଜନା ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ବେଗୁନିଆ ବ୍ଲକ ଛକରୁ ପୋଷ୍ଟଅଫିସ ଛକ ଓ ବେଗୁନିଆ ବଜାର ଅଞ୍ଚଳରେ ୧୪୪ଧାରା ଜାରି କରାଯାଇଛି। ଏହି କଟକଣା ସୋମବାର ସନ୍ଧ୍ୟା ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri