୨ୟ ଦିନରେ ବେଗୁନିଆ ବନ୍ଦ:  ଆନ୍ଦୋଳନକାରୀ ପୋଲିସ ଧସ୍ତାଧସ୍ତି  

ଖୋର୍ଦ୍ଧା ଅଫିସ,୧୧।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆରେ ଆଞ୍ଚଳିକ ସ୍ବାସ୍ଥ୍ୟସେବା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବେଗୁନିଆ ବନ୍ଦ ୨ୟ ଦିନରେ ପହଞ୍ଚିଛି । ରାସ୍ତା  ଅବରୋଧ ଯୋଗୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅବରୋଧ ହଟାଇବାକୁ ନେଇ ଆନ୍ଦୋଳନକାରୀ ଓ ପୋଲିସ ମଧ୍ୟରେ ଠେଲାପେଲା, ଧସ୍ତାଧସ୍ତି ହୋଇଥିଲା। ଆନ୍ଦୋଳନକାରୀ ନିଜ ଜିଦରେ ଅଟଳ ରହିଛନ୍ତି।
ସୂଚନାଯୋଗ୍ୟ, ବେଗୁନିଆରେ ଥିବା ବ୍ରିଟିଶ  ସମୟର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ଦୀର୍ଘ ୫୦ ଦିନ ଧରି ଆନ୍ଦୋଳନ କରିବା ପରେ  ସୋମବାରଠାରୁ ବେଗୁନିଆ ବନ୍ଦ ଡାକରା ଦିଆଯାଇଛି । ପୂର୍ବରୁ ଏହି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ, ବିଧାନସଭା କମିଟି ସମସ୍ତେ ଉପଲବ୍ଧି କରି ପ୍ରତିଶ୍ରୁତି ଦେଇଥିଲେ। ୩୦ବର୍ଷ ଧରି ଏହି ଦାବି ହୋଇଆସୁଥିଲା। କିନ୍ତୁ ଫଳ ପ୍ରଦତ୍ତ ନ ହେବାରୁ ବର୍ତ୍ତମାନ କ୍ରିୟା ଅନୁଷ୍ଠାନ କେମିତି ଚରମ ପଦକ୍ଷେପ ନେଇଛି ବୋଲି କମିଟି କାର୍ଯ୍ୟକାରୀ ସଭାପତି ପ୍ରକାଶ ବଳିଆରସିଂହ କହିଛନ୍ତି।
ବନ୍ଦଫଳରେ ସମସ୍ତ ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି । ବିଶେଷ କରି ୫୭ନଂ ଜାତୀୟ ରାଜପଥରେ ବନ୍ଦ ପାଳନ ଯୋଗୁ  ଖୋର୍ଦ୍ଧା ବଲାଙ୍ଗୀରକୁ ସମସ୍ତ ଗାଡ଼ି ଚଳାଚଳରେ ବାଧାପ୍ରାପ୍ତ ହୋଇଛି ।
ସକାଳୁ ସକାଳୁ ଝିପି ଝିପି ବର୍ଷା ସତ୍ୱେ କମିଟି ସଦସ୍ୟ ଆନ୍ଦୋଳନ ଜାରି ରଖିଛନ୍ତି ।  ସୋମବାର ଖୋର୍ଦ୍ଧା ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ଏସ୍‌ଡିପିଓ, ତହସିଲଦାର, ବିଡ଼ିଓଙ୍କ ଉପସ୍ଥିତିରେ ଆଲୋଚନା ବିଫଳ ହେବାପରେ ପୁନର୍ବାର ମଙ୍ଗଳବାର ଆନ୍ଦୋଳନ ଜାରି ରହିଛି। ଅବରୋଧ ହଟାଇବା ପାଇଁ ସଦର ଏସ୍‌ଡିପିଓ ଦିଲ୍ଲୀପ ଦାସ, ବେଗୁନିଆ ଥାନାଧିକାରୀ ଲକ୍ଷ୍ମୀଧର ଶଥପଥୀ ପ୍ରମୁଖ ବୁଝାଶୁଝା ସତ୍ତ୍ବେ ବିଫଳ ହୋଇଥିଲେ। ଆନ୍ଦୋଳନକାରୀ ଓ ପୋଲିସ ମଧ୍ୟରେ ଠେଲାପେଲା, ଧସ୍ତାଧସ୍ତି ହୋଇଥିଲା। ଆନ୍ଦୋଳନକାରୀ ନିଜ ଜିଦରେ ଅଟଳ ରହିଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଅତିରିକ୍ତ ଏସ୍‌ପି ଏସଏନ ମୁର୍ମୁଙ୍କ ନେତୃତ୍ୱରେ ତିନି ପ୍ଲାର୍ଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସେପଟେ ଏହି ଆନ୍ଦୋଳନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଚାଲିବ ବୋଲି କ୍ରିୟାନୁଷ୍ଠାନ କମିଟି କୋଷାଧ୍ୟକ୍ଷ ଶିବ ମୁନି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri