ବର୍ଷାରେ ବେହାଲ ଭଦ୍ରକ, ବିପଦ ସଙ୍କେତ ଟପିଲା ବୈତରଣୀ

ଭଦ୍ରକ ଅଫିସ, ୧୪।୯: ଲଘୁଚାପଜନିତ ଲଗାଣ ବର୍ଷାରେ ବେହାଲ ଭଦ୍ରକ। ସୋମବାର ରାତିରୁ ଅବିଶ୍ରାନ୍ତ ବର୍ଷା ଯୋଗୁ ଜିଲାର ବିଭିନ୍ନ ବ୍ଲକର ତଳିଆ ଅଞ୍ଚଳରେ ପାଣି ପଶିଥିବା ଜଣାପଡ଼ିଛି। ଏପରିକି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାଣି ଲହଡ଼ି ଭାଙ୍ଗୁଛି। ଭଣ୍ଡାରିପୋଖରୀ ବ୍ଲକ ସରସଦା ପଞ୍ଚାୟତ ପିରୀପୁର ଗାଁରେ ବର୍ଷାଜଳ ଲୋକଙ୍କ ଘରେ ପଶିଥିବାରୁ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଉକ୍ତ ଗ୍ରାମର ୨୦ ପରିବାର ଏବେ ଜଳବନ୍ଦୀ ଅବସ୍ଥାରେ ରହିଥିବା ବେଳେ ନିଜ ପିଲା ଛୁଆଙ୍କୁ ଧରି ଭୋକ ଉପାସରେ ଅଛନ୍ତି। ସେହିପରି ବିଭିନ୍ନ ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ଅନ୍ୟପଟେ ବୈତରଣୀର ଜଳସ୍ତର ଆଖୁଆପଦାଠାରେ ବିପଦ ସଙ୍କେତ ଟପିଛ। ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ, ଏଠାରେ ୯ଟା ସୁଦ୍ଧା ୧୭.୯୩ ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଥିଲା। ଜଳସ୍ତର ବଢ଼ୁଥିବାରୁ ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri