କେନାଲରୁ ମିଳିଲା ପୁଅର ଗଳାକଟା ମୃତଦେହ, ଦାଦାଙ୍କ ନାଁରେ ହତ୍ୟା ଅଭିଯୋଗ ଆଣି ବାପା କହିଲେ …

କଟକ ସଦର,୨ା୧୧(ସୁଶାନ୍ତ କୁମାର ଜେନା): କିଶନନଗର ଥାନା ଅନ୍ତର୍ଗତ ଥୋରିଆପଡ଼ା ଗ୍ରାମର ନିଖୋଜ ଯୁବକ ଦିଲ୍ଲୀପ ଭୋଇ (୨୪)ର ଗଳାକଟା ମୃତଦେହ ରବିବାର ସକାଳୁ ତାଳଦଣ୍ଡା କେନାଲର ଅଇନିପୁର ସ୍ବାଇଁ ସାହି ନିକଟରୁ ଉଦ୍ଧାର କରାଯାଇଛି। କେନାଲରେ ମୃତଦେହ ଭାସୁଥିବା ଖବର ପାଇ ରଘୁନାଥପୁର ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପାଣିରୁ ଉଦ୍ଧାର କରିଥିଲେ। ଖବର ପାଇ ମୃତକଙ୍କ ପିତା ଦିବାକର ଭୋଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଚିହ୍ନଟ କରିଥିଲେ। ତା’ପରେ ତାଙ୍କ ପୁଅକୁ ଦାଦା ପ୍ରମୋଦ ଭୋଇ ହତ୍ୟା କରିଛି ବୋଲି ଏତଲା ଦେବା ପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଇଥିଲା। ଶୁକ୍ରବାର ରାତିରୁ ଦିଲ୍ଲୀପ ଘରକୁ ନ ଆସି ନିଖୋଜ ରହିଥିଲେ। ଦାଦା ପ୍ରମୋଦ ମଦ ପିଇବା ପାଇଁ ମୃତକଙ୍କୁ ଡାକି ଆଣିଥିଲା। ଶନିବାର ସକାଳେ ସୋମପୁର ନିକଟ ତାଳଦଣ୍ଡା କେନାଲରୁ ବାଇକ୍‌ ଓଡି ୨୧ ଏଲ ୫୦୨୧ ଉଦ୍ଧାର କରାଯିବା ପରେ ହତ୍ୟା ସନ୍ଦେହ ଘନୀଭୂତ ହୋଇଥିଲା। ଶୁକ୍ରବାର ରାତିରେ ମଦ ପିଇବା ପାଇଁ ଦାଦାଙ୍କ ପାଖକୁ ଯାଉଛି କହି ଘରୁ ଆସିଥିଲା। ରାତି ୯ଟାରେ ସ୍ତ୍ରୀ ବିଜୟଲକ୍ଷ୍ମୀ ଫୋନ୍‌ କରିଥିଲେ ସୁଦ୍ଧା ମୋବାଇଲ ସୁଇଚ୍‌ ଅଫ୍‌ ଥିଲା। ଗତକାଲିଠାରୁ ପୋଲିସ ଥାନାରେ ପ୍ରମୋଦଙ୍କୁ ଅଟକ ରଖିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri