‘ପଞ୍ଚାୟତ ସ୍ତରରେ ମହିଳା ପଛରେ’

ଭୁବନେଶ୍ୱର,୯।୮(ବ୍ୟୁରୋ):ଓଡ଼ିଆ ଦୈନିକ ପ୍ରଗତିବାଦୀ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଓ ପ୍ରଗତିବାଦୀର ୫୦ତମ ଜୟନ୍ତୀ ଅବସରରେ ସୋମବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଉଦ୍‌ଘାଟନୀ ଉତ୍ସବର ପ୍ରସଙ୍ଗ ରହିଥିଲା ‘ସ୍ବାଧୀନତାରେ ମହିଳାଙ୍କ ଭୂମିକା’। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ବାଧୀନତା ସଂଗ୍ରାମୀ କୃଷ୍ଣା ମହାନ୍ତି କହିଲେ, ପ୍ରଗତିବାଦୀ ଜରିଆରେ ଦେଶକୁ ନିଶାମୁକ୍ତ କରି ମହିଳାଙ୍କୁ ସୁରକ୍ଷା ପ୍ରଦାନ କରିବା ପାଇଁ ରାଷ୍ଟ୍ରପତିଙ୍କୁ ଅନୁରୋଧ କରୁଛି। କାରଣ ନିଶାମୁକ୍ତି ବିନା ମହିଳାମାନେ ସୁରକ୍ଷିତ ନୁହନ୍ତି। ଏଥିସହ ସ୍ବାଧୀନତା ସଂଗ୍ରାମରେ ନିଜର ଅଭିଜ୍ଞତା ବଖାଣିଥିଲେ। ଏବେ ମହିଳାମାନେ ପ୍ରାୟ ସବୁ କ୍ଷେତ୍ରରେ ଉଚ୍ଚତମ ସ୍ଥାନରେ ପହଞ୍ଚତ୍ ପାରିଛନ୍ତି। ମାତ୍ର ପଞ୍ଚାୟତ ସ୍ତରରେ ମହିଳାମାନେ ସ୍ବାବଲମ୍ବୀ ହୋଇ ପାରି ନାହାନ୍ତି। ପଞ୍ଚାୟତ ସ୍ତରରେ ଯଦିଓ ମହିଳାମାନେ ନିର୍ବାଚିତ ହେଉଛନ୍ତି, ମାତ୍ର ସେମାନଙ୍କର ସେହି ଆତ୍ମବିଶ୍ୱାସ ଆସିପାରି ନାହିଁ। ତେଣୁ ତାଙ୍କ ପାଇଁ ଜଣେ ଜଣେ ପ୍ରତିନିଧି ପଞ୍ଚାୟତର ସବୁ କାର୍ଯ୍ୟ କରୁଛନ୍ତି, ଯାହାକି ଅତ୍ୟନ୍ତ ଦୁଃଖର ବିଷୟ ବୋଲି କହିଥିଲେ। ପ୍ରଗତିବାଦୀ କାର୍ଯ୍ୟନିର୍ବାହୀ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ଗାନ୍ଧୀ ଓ ନେହେରୁଙ୍କ ଭଳି ସ୍ବାଧୀନତା ସଂଗ୍ରାମୀଙ୍କ ବାବଦରେ ଆଜି ବି କିଛି ଶକ୍ତି ଭୁଲ୍‌ ତଥ୍ୟ ଉପସ୍ଥାପିତ କରିବାକୁ ଉଦ୍ୟମ କରୁଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅଧ୍ୟକ୍ଷ ଜଷ୍ଟିସ୍‌ ମନୋରଞ୍ଜନ ମହାନ୍ତି ଅଧ୍ୟକ୍ଷତା କରିଥିବାବେଳେ ଅନୁଷ୍ଠାନର କର୍ମଚାରୀ ରାହାସ ନାୟକ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri