‘ପଞ୍ଚାୟତ ସ୍ତରରେ ମହିଳା ପଛରେ’

ଭୁବନେଶ୍ୱର,୯।୮(ବ୍ୟୁରୋ):ଓଡ଼ିଆ ଦୈନିକ ପ୍ରଗତିବାଦୀ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଓ ପ୍ରଗତିବାଦୀର ୫୦ତମ ଜୟନ୍ତୀ ଅବସରରେ ସୋମବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଉଦ୍‌ଘାଟନୀ ଉତ୍ସବର ପ୍ରସଙ୍ଗ ରହିଥିଲା ‘ସ୍ବାଧୀନତାରେ ମହିଳାଙ୍କ ଭୂମିକା’। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ବାଧୀନତା ସଂଗ୍ରାମୀ କୃଷ୍ଣା ମହାନ୍ତି କହିଲେ, ପ୍ରଗତିବାଦୀ ଜରିଆରେ ଦେଶକୁ ନିଶାମୁକ୍ତ କରି ମହିଳାଙ୍କୁ ସୁରକ୍ଷା ପ୍ରଦାନ କରିବା ପାଇଁ ରାଷ୍ଟ୍ରପତିଙ୍କୁ ଅନୁରୋଧ କରୁଛି। କାରଣ ନିଶାମୁକ୍ତି ବିନା ମହିଳାମାନେ ସୁରକ୍ଷିତ ନୁହନ୍ତି। ଏଥିସହ ସ୍ବାଧୀନତା ସଂଗ୍ରାମରେ ନିଜର ଅଭିଜ୍ଞତା ବଖାଣିଥିଲେ। ଏବେ ମହିଳାମାନେ ପ୍ରାୟ ସବୁ କ୍ଷେତ୍ରରେ ଉଚ୍ଚତମ ସ୍ଥାନରେ ପହଞ୍ଚତ୍ ପାରିଛନ୍ତି। ମାତ୍ର ପଞ୍ଚାୟତ ସ୍ତରରେ ମହିଳାମାନେ ସ୍ବାବଲମ୍ବୀ ହୋଇ ପାରି ନାହାନ୍ତି। ପଞ୍ଚାୟତ ସ୍ତରରେ ଯଦିଓ ମହିଳାମାନେ ନିର୍ବାଚିତ ହେଉଛନ୍ତି, ମାତ୍ର ସେମାନଙ୍କର ସେହି ଆତ୍ମବିଶ୍ୱାସ ଆସିପାରି ନାହିଁ। ତେଣୁ ତାଙ୍କ ପାଇଁ ଜଣେ ଜଣେ ପ୍ରତିନିଧି ପଞ୍ଚାୟତର ସବୁ କାର୍ଯ୍ୟ କରୁଛନ୍ତି, ଯାହାକି ଅତ୍ୟନ୍ତ ଦୁଃଖର ବିଷୟ ବୋଲି କହିଥିଲେ। ପ୍ରଗତିବାଦୀ କାର୍ଯ୍ୟନିର୍ବାହୀ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇ ଗାନ୍ଧୀ ଓ ନେହେରୁଙ୍କ ଭଳି ସ୍ବାଧୀନତା ସଂଗ୍ରାମୀଙ୍କ ବାବଦରେ ଆଜି ବି କିଛି ଶକ୍ତି ଭୁଲ୍‌ ତଥ୍ୟ ଉପସ୍ଥାପିତ କରିବାକୁ ଉଦ୍ୟମ କରୁଛନ୍ତି ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅଧ୍ୟକ୍ଷ ଜଷ୍ଟିସ୍‌ ମନୋରଞ୍ଜନ ମହାନ୍ତି ଅଧ୍ୟକ୍ଷତା କରିଥିବାବେଳେ ଅନୁଷ୍ଠାନର କର୍ମଚାରୀ ରାହାସ ନାୟକ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri