ଖୁସି ଖବର: ବେଜିଂ ହେଲା ମାସ୍କ ଫ୍ରି

ବେଜିଂ,୨୧।୮: ଚାଇନାରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି। ଏବେ କିନ୍ତୁ ଚାଇନା ଏଥିରୁ ସାମାନ୍ୟ ଆଶ୍ୱସ୍ତି ପାଇଥିବା କହୁଛି। ରାଜଧାନୀ ବେଜିଂରେ ଏବେ ମାସ୍କ ନ ପିନ୍ଧିଲେ ବି କରୋନା ସଂକ୍ରମଣ ଭୟ ନ ଥିବା ସରକାର କହିଛନ୍ତି। କାରଣ ଗତ ୧୩ ଦିନ ହେବ ଏଠାରେ କୌଣସି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ। ତେଣୁ କରୋନାର ପ୍ରକୋପ ଏଠାରେ କମିଛି ବୋଲି କୁହାଯାଉଛି। ଏହା ପୂର୍ବରୁ ମଧ୍ୟ ଗତ ଏପ୍ରିଲରେ ବେଜିଂକୁ ମାସ୍କ ଫ୍ରି ଘୋଷଣା କରାଯାଇଥିଲା। କିନ୍ତୁ ପରେ ଏଠାରେ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବାରୁ ଜନସାଧାରଣଙ୍କୁ ପୁଣିଥରେ ମାସ୍କ ପିନ୍ଧିବାକୁ ସରକାର ପରାମର୍ଶ ଦେଇଥିଲେ। ବେଜିଂକୁ ମାସ୍କ ଫ୍ରି ଘୋଷଣା କରାଯିବା ପରେ ବି କେତେକ ଲୋକେ ଏବେବି ସୁରକ୍ଷା ଦୃଷ୍ଟିରୁ ମାସ୍କ ପିନ୍ଧିଥିବା କହିଛନ୍ତି। ତେବେ ବିଶେଷଜ୍ଞଙ୍କ କହିବା କଥା ହେଲା କରୋନାର ସଠିକ ମୁକାବିଲା କରାଯିବାରୁ ଯେମିତିକି ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନିୟମ ପାଳନ କରିବା, ମାସ୍କ ପିନ୍ଧିବା, ହୋମ କ୍ୱାରାଣ୍ଟାଇନକୁ ଗୁରୁତ୍ୱ ଦେବା ଫଳରେ ସେଠାରେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇଛି ବୋଲି କୁହାଯାଏ। ସୂଚନାଯୋଗ୍ୟ, ଅଗଷ୍ଟ ୨୦ରେ ଚାଇନାରେ ୨୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri