ସଚେତନ ହେଲେ ଏଡ୍‌ସ ହେବ ନାହିଁ

ଭଞ୍ଜନଗର,୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଯୁବ ରେଡକ୍ରସ, ଜାତୀୟ ସେବା ଯୋଜନା ଶାଖା (୧) ଏବଂ ଶାଖା (୨) ଓ ଏନ୍‌ସିସି ଆର୍ମି ୱିଙ୍ଗ ପକ୍ଷରୁ ମିଳିତ ଭାବେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା ।

ଏଥିରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ସଭାପତିତ୍ୱ କରି ଏଡ଼ସ ରୋଗର ଭୟାବହତା, ଇତିହାସ ଏବଂ ତାହାର ନିରାକରଣ ଉପରେ କହିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ସଭାକୁ ସଂଯୋଜନା କରିବା ସହ ଯୁବପିଢୀ ହେଉଛନ୍ତି ଦେଶର ଭବିଷ୍ୟତ ବୋଲି କହିଥିଲେ। ଛାତ୍ରୀଛାତ୍ରମାନେ ସଚେତନ ହେଲେ ଏହି ରୋଗ ସେମାନଙ୍କୁ ଛୁଇଁ ପାରିବ ନାହିଁ। ତେଣୁ ଏଥିପ୍ରତି ଦୃଷ୍ଟି ଦେବାକୁ ଦାସ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପିକା ଶେଫାଳୀ ପଟ୍ଟନାୟକ, ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ ପ୍ରମୁଖ ଆଲୋଚନାରେ ଭାଗ ନେଇ ଗଞ୍ଜାମ ଜିଲାରେ ଏଡ଼ସ ରୋଗର ସ୍ଥିତି ସମ୍ପର୍କରେ କହିବା ସହ ସଚେତନତା ବୃଦ୍ଧି ଯୋଗୁ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ପୂର୍ବ ବର୍ଷ ଅପେକ୍ଷା କମିବାରେ ଲାଗିଛି ବୋଲି କହିଥିଲେ।

ଅଧ୍ୟାପକ ସୀମାଞ୍ଚଳ ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri