ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ ତାଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତ ଦଲଦଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ପ୍ରସନ୍ନ କୁମାର ସ୍ବାଇଁ ୨୩ ତାରିଖରେ ପୂର୍ବାହ୍ନ ୧୧. ୧୫ରେ ସ୍କୁଲରେ ପହଞ୍ଚି ଥିଲେ। ଏହି ସ୍କୁଲରେ ୨ ଜଣ ଶିକ୍ଷକ ଥିବାବେଳେ ପ୍ରଧାନ ଶିକ୍ଷକ ଏସ୍‌ଆଇଆର୍‌ କାମ ପାଇଁ ସ୍କୁଲକୁ ଆସି ନ ଥିଲେ। ଛାତ୍ରୀଛାତ୍ର ନିଜେ ସ୍କୁଲ ଚାବି ଖୋଲି ଏକ କୋଡ଼ି ଧରି ବାହାରେ ଘାସ ସଫା କରୁଥିଲେ। ଏହା ଜାଣିବା ପରେ ସିଆର୍‌ସିସି ସମୀର ଗନ୍ତାୟତ ସ୍କୁଲରେ ପହଞ୍ଚି ବିରକ୍ତି ପ୍ରକାଶ କରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଶିକ୍ଷକ ସିଆର୍‌ସିସିଙ୍କୁ ଦୁର୍ବ୍ୟବହାର କରିଥିଲେ। ଶିକ୍ଷକ ସ୍ବାଇଁ ସବୁଦିନ ବିଳମ୍ବରେ ଆସନ୍ତି ବୋଲି ଛାତ୍ରୀଛାତ୍ର ଅଭିଯୋଗ କରିଥିଲେ।

ଏହି ଅଭିଯୋଗ ପରେ ଗୁରୁବାର ଡିଇଓ ଛତ୍ରପତି ସାହୁଙ୍କ ନିର୍ଦ୍ଦେଶ କ୍ରମେ ବିଇଓ ଈଶ୍ୱର ମାଝୀ ଶିକ୍ଷକ ପ୍ରସନ୍ନ କୁମାର ସ୍ବାଇଁଙ୍କ ଦରମା ବନ୍ଦ କରିଛନ୍ତି। ଏଥିସହ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କୌଣସି ଶିକ୍ଷକ ପାଠପଢ଼ାରେ ଅବହେଳା କଲେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଇଓ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri