Posted inଜାତୀୟ

ବିବାହିତ ହୋଇ ଅନୈତିକ ସମ୍ପର୍କରେ ପାର୍ଟନରଙ୍କ ବିରୋଧରେ କରିପାରିବେନି ଅଭିଯୋଗ

ବେଙ୍ଗାଲୁରୁ,୨୨।୬: ବିବାହିତ ହୋଇ ଅନୈତିକ ସମ୍ପର୍କରେ ପାର୍ଟନରଙ୍କ ବିରୋଧରେ କରିପାରିବେନି ଅଭିଯୋଗ। ଏନେଇ ଏକ ମାମଲାର ଶୁଣାଣି କରି ରାୟ ଦେଇଛନ୍ତି କର୍ନାଟକ ହାଇକୋର୍ଟ। ଅଭିଯୁକ୍ତଙ୍କୁ ଆଶ୍ୱସ୍ତି ପ୍ରଦାନ କରି ତାଙ୍କ ବିରୋଧରେ ଦାଖଲ ହୋଇଥିବା ଏଫଆଇଆର୍‌କୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ବିବାହିତ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ସେହି ପୁରୁଷ ବିବାହ ପ୍ରତିଶ୍ରୁତି ଭଙ୍ଗ କରିଥିବା ଅଭିଯୋଗ ହୋଇପାରିବ ନାହିଁ।

କୋର୍ଟ କହିଛନ୍ତି, ଅଭିଯୋଗକାରିଣୀ ପୂର୍ବରୁ ବିବାହିତ ଏବଂ ତାଙ୍କର ଏକ ଝିଅ ଅଛି। ଏପରି ପରିସ୍ଥିତିରେ ଯଦି ସେ ପୂର୍ବରୁ ବିବାହିତ ତେବେ ବିବାହର ପ୍ରତିଶ୍ରୁତି ଭଙ୍ଗ କରି ଠକିବାର ପ୍ରଶ୍ନ ଉଠି ପାରିବ ନାହିଁ। ତେଣୁ ତାଙ୍କ ନାଁରେ ମାମଲା ଦାଖଲ କରିବାର କୌଣସି ଅର୍ଥ ନାହିଁ। ସେହିପରି ଅଭିଯୋଗକାରିଣୀ ଆଇନତଃ ତାଙ୍କ ସ୍ବାମୀଙ୍କୁ କୌଣସି ଛାଡପତ୍ର ଦେଇ ନାହାନ୍ତି।
ସୂଚନାଯୋଗ୍ୟ, ଅଭିଯୋଗକାରିଣୀ ମହିଳା ପୂର୍ବରୁ ବିବାହିତ ଏବଂ ତାଙ୍କର ଝିଅଟିଏ ଅଛି। କୌଣସି କାରଣରୁ ମତଭେଦ ଯୋଗୁ ଦମ୍ପତି ଅଲଗା ରହୁଛନ୍ତି। ମହିଳା ଜଣକ ତାଙ୍କ କାର୍ଯ୍ୟାଳୟରେ ଅଭିଯୁକ୍ତଙ୍କୁ ଭେଟିଥିଲେ। ଏହାପରେ ତାଙ୍କ ମଧ୍ୟରେ ଘନିଷ୍ଠତା ବଢିଥିଲା। କିନ୍ତୁ ପରେ ମହିଳା ଜଣକ ଅଭିଯୋଗ କରିଛନ୍ତି ଯେ ଅଭିଯୁକ୍ତ ତାଙ୍କ କଲ୍‌ ଉଠାଇବା ବନ୍ଦ କରି ଦେଇଛନ୍ତି। ଅଭିଯୋଗକାରୀ ମହିଳା କହିଛନ୍ତି, ଅଭିଯୁକ୍ତ ତାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ପରେ ମନା କରିଦେଇଥିଲେ। ଯେଉଁଥିପାଇଁ ସେ ଉକ୍ତ ବ୍ୟକ୍ତିଙ୍କ ବିରୋଧରେ ଏଫଆଇଆର ଦାଖଲ କରିବାକୁ ବାଧ୍ୟ ହୋଇଥିଲେ।

ତେବେ ଅଭିଯୁକ୍ତ କୋର୍ଟରେ ସ୍ପଷ୍ଟ କରିଛନ୍ତି ଯେ, ସେ ଅଭିଯୋଗକାରିଣୀ ମହିଳାଙ୍କୁ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ନାହାନ୍ତିି। ଅସୁବିଧା ସମୟରେ ଅଭିଯୁକ୍ତ ଜରକ ମହିଳାଙ୍କୁ ଟଙ୍କା ପଠାଇ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀକୁ ପ୍ରେମିକ ସହ ବିବାହ କରାଇଲେ ସ୍ୱାମୀ, ଲୋକେ କହିଲେ ୫ଟା ଛୁଆ ପରେ…

ଉତ୍ତରପ୍ରଦେଶ,୬।୮ : ପ୍ରେମ ଦୁଇଟି ହୃଦୟର ମିଳନ ନୁହେଁ, ଏହା ବିଶ୍ୱାସ, ସମ୍ମାନ ଓ ତ୍ୟାଗର ଏକ ସୁନ୍ଦର ଅନୁଭୂତି । ପ୍ରେମରେ ଶବ୍ଦଠାରୁ ଅଧିକ ମୂଲ୍ୟବାନ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

ବୁମ୍‌ରାଙ୍କୁ ବର୍ଷେ ଯାଏ ବିଦା କରିଦିଅ….ପୂର୍ବତନ କ୍ରିକେଟର୍‌ଙ୍କ ଆଶ୍ଚର୍ଯ୍ୟଜନକ ମନ୍ତବ୍ୟ

ନୂଆଦିଲ୍ଲୀ,୬।୮: ଭାରତୀୟ ପେସ୍‌ ବୋଲର୍‌ ଜସପ୍ରିତ ବୁମରା ନିଜ ବୋଲିଂ ଆକ୍ସନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ବୁମରା ଆଣ୍ଠୁ ଆଘାତ ସହିତ ସଂଘର୍ଷ କରୁଛନ୍ତି। ଫଳରେ…

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri