Posted inଜାତୀୟ

କିଛି ଦିନ ଏକାଠି ରହିବା ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୁହେଁ

ଚଣ୍ଡିଗଡ଼, ୧୭ା୧୨:ଯଦି ଦୁଇ ପ୍ରାପ୍ତବୟସ୍କ ଯୁବତୀ ଯୁବକ କିଛି ଦିନ ପାଇଁ ସହମତିରେ ଏକାଠି ରୁହନ୍ତି ତେବେ ସେମାନେ ବାସ୍ତବରେ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହୁଛନ୍ତି ବୋଲି କୁହାଯାଇପାରିବ ନାହିଁ। କେତେ ଦିନ ପର୍ଯ୍ୟନ୍ତ ସେମାନେ ଏକାଠି ରହୁଛନ୍ତି, ଜଣେ ଅନ୍ୟ ଜଣଙ୍କ ପାଇଁ ଥିବା କର୍ତ୍ତବ୍ୟ ପାଳନ କରୁଛନ୍ତି କି ନାହିଁ, ପରସ୍ପରର ଦାୟିତ୍ୱ ନେଉଛନ୍ତି କି ନା ସେସବୁକୁ ଆଧାର କରି କୌଣସି ସମ୍ପର୍କ ବିବାହର ଅନୁରୂପ ହୋଇପାରିବ ବୋଲି କହିଛନ୍ତି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ। ଜଷ୍ଟିସ୍‌ ମନୋଜ ବଜାଜ ହରିୟାଣା ଯମୁନାନଗର ଜିଲାର ଏକ ଯୋଡ଼ିଙ୍କ ଆବେଦନ ଉପରେ ଶୁଣାଣି କରି ଏହି ରାୟ ଦେଇଛନ୍ତି।
ଅନୁଯାୟୀ, ଜଣେ ୧୮ ବର୍ଷୀୟା ଯୁବତୀ ଏବଂ ୨୦ ବର୍ଷୀୟ ଯୁବକ କୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ଉଭୟେ ପରସ୍ପରକୁ ପ୍ରେମ କରୁଥିବା ଏବଂ ବିବାହ ବୟସ ହେବା ପରେ ବାହା ହୋଇଥାନ୍ତେ ବୋଲି ସ୍ଥିର କରିଥିଲେ। କିନ୍ତୁ ଯୁବତୀଙ୍କ ମା’ବାପା ଅନ୍ୟତ୍ର ତାଙ୍କ ବାହାଘର କରିବାକୁ ଯୋଜନା କରିଥିଲେ। ଯୁବତୀ ଜଣଙ୍କ ଘରୁ ପଳାଇଯାଇ ଯୁବକଙ୍କ ସହ ଗତ ନଭେମ୍ବର ୨୪ରୁ କିଛି ଦିନ ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ରହିଥିବା ପିଟିଶନରେ ଦର୍ଶାଇଥିଲେ। ଏଥିସହ ଯୁବତୀଙ୍କ ଘରଲୋକେ ସେମାନଙ୍କୁ ଧମକ ଦେଉଥିବାରୁ କୋର୍ଟ ପକ୍ଷରୁ ସୁରକ୍ଷା ମାଗିଥିଲେ। ତେବେ ଧମକ ଅଭିଯୋଗର ସତ୍ୟତା ବିଶ୍ୱାସଯୋଗ୍ୟ ହେଉ ନ ଥିବା କହି ହାଇକୋର୍ଟ ପିଟିଶନରଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଏଥିସହ ଆବେଦନକାରୀଙ୍କ ଉପରେ ୨୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri