ତୃତୀୟ ବିଶ୍ୱଯୁଦ୍ଧର ଚେତାବନୀ ଦେଲା ବେଲାରୁଷ

ମିନ୍ସକ,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇଛି । ଏହାରି ଭିତରେ ରୁଷିଆର ଆକ୍ରମଣ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନ ବି ଏହାର ସାମ୍ନା କରି ଚାଲିଛି । ଇତିମଧ୍ୟରେ ବେଲାରୁଷର ଜଣେ ପ୍ରମୁଖ ନେତା କହିଛନ୍ତି ୟକ୍ରେନରେ ପଶ୍ଚିମ ଶାନ୍ତି ରକ୍ଷକ ବଳ ମୁତୟନ ସମ୍ବନ୍ଧରେ ପୋଲାଣ୍ଡର ପ୍ରସ୍ତାବ ତୃତୀୟ ବିଶ୍ୱଯୁଦ୍ଧକୁ ଇସାରା କରୁଛି । ବେଲାରୁଷର ରାଷ୍ଟ୍ରପତି ଆଲେକଜାଣ୍ଡର ଲୁକାଶେଂକୋ ଗତ ସପ୍ତାହରେ ପୋଲାଣ୍ଡରେ ହୋଇଥିବା ଶାନ୍ତି ମିଶନ କଥା ଉଠାଇବା ସହ ଗୁରୁବାର କହିଛନ୍ତି, ଏହାର ଅର୍ଥ ହେଉଛି ତୃତୀୟ ବିଶ୍ୱଯୁଦ୍ଧ ହେବାକୁ ଯାଉଛି । ସେ କହିଛନ୍ତି ପରିସ୍ଥିତି ଅତ୍ୟନ୍ତ ଜଟିଳ ଓ ଚିନ୍ତାଜନକ ରହିଛି । ସୂଚନାଯୋଗ୍ୟ, ବେଲାରୁଷ ରୁଷିଆର ସହଯୋଗୀ ଓ ୟୁକ୍ରେନ୍ ଉପରେ ଆକ୍ରମଣ କରିବାକୁ ସେ ତା’ର ଅଞ୍ଚଳକୁ ବ୍ୟବହାର କରିବାକୁ ରୁଷିଆକୁ ଅନୁମତି ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?