ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ ସ୍ମାରକ ‘ଇଣ୍ଡିଆ ଗେଟ୍‌’ର ଏକ ଅବିକଳ ପ୍ରତିକୃତି ବେଲଜିୟମର ଉତ୍କୃଷ୍ଟ ଚକୋଲେଟରେ ପ୍ରସ୍ତୁତ କରାଯାଇଥିଲା। ଏହାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉପହାର ଦେବାର ଯୋଜନା ଥିଲା।

କିନ୍ତୁ ଦୁର୍ଭାଗ୍ୟବଶତଃ ଭାରତ ଆସିବା ବାଟରେ ଏହି ଚକୋଲେଟରେ ତିଆରି ଇଣ୍ଡିଆ ଗେଟ୍‌ ଭାଙ୍ଗିଯାଇଥିଲା। ଫଳରେ ଏହି ସ୍ବତନ୍ତ୍ର ଉପହାରକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଦିଆଯାଇପାରିନଥିଲା।

ଶୁକ୍ରବାର ଭାରତସ୍ଥିତ ବେଲଜିୟମ ଦୂତାବାସ ଏହି ନିଆରା ଉପହାରର ଫଟୋ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଶେୟାର କରିଛି। ଦୂତାବାସ ଏହାକୁ ‘ଚକୋଲେଟରେ ତିଆରି ଭାଇରାଲ ଇଣ୍ଡିଆ ଗେଟ୍‌’ ବୋଲି ବର୍ଣ୍ଣନା କରିଛି।

ଦୂତାବାସ ପକ୍ଷରୁ କୁହାଯାଇଛି ଯେ, ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ଏହି ସ୍ବତନ୍ତ୍ର ଚକୋଲେଟ କଳାକୃତିକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଦେବାକୁ ଚାହୁଁଥିଲେ। ହେଲେ ଯାତ୍ରା ସମୟରେ ଏହା ଭାଙ୍ଗିଯାଇଥିଲା।

ତେବେ ଏହି ଘଟଣା ପରେ ମଧ୍ୟ ବେଲଜିୟମ ପ୍ରଧାନମନ୍ତ୍ରୀ ଉପହାରଟିକୁ କୌଣସି ନା କୌଣସି ଭାବେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାରତ ପାଖରେ ପହଞ୍ଚାଇବାକୁ ଦୃଢ଼ ସଂକଳ୍ପବଦ୍ଧ ଅଛନ୍ତି। ଆଗାମୀ ଥର ଭାରତ ଆସିବା ସମୟରେ ଏହି ଚକୋଲେଟ୍ରେ ତିଆରି ଇଣ୍ଡିଆ ଗେଟ୍‌ର ଆଉ ଏକ ପ୍ରତିକୃତି ଆଣିବାକୁ ସେ ଚେଷ୍ଟା କରିବେ ବୋଲି ଦୂତାବାସ ପକ୍ଷରୁ କୁହାଯାଇଛି। ଏହି ନିଆରା ଉପହାର ଏବେ ସୋସିଆଲ ମିଡିଆରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?