ବେଲଗୁଣ୍ଠା, ମୁଜାଗଡ଼, ଲାଲସିଂ ଯାତ୍ରାରେ ଜମୁଛି ଭିଡ଼

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ଏବଂ ଲାଲସିଂରେ ଏବେ ଠାକୁରାଣୀ ଯାତ୍ରା ଚାଲିଛି। ଏହା ଆସନ୍ତା ୩୦ ତାରିଖରେ ଉଦ୍‌ଯାପିତ ହେବ। ସେହିଭଳି ବେଲଗୁଣ୍ଠା ମା’ ବ୍ରାହ୍ମଣଦେବୀ ଯାତ୍ରା ମଧ୍ୟ ବର୍ତ୍ତମାନ ଚାଲିଛି। ତାହା ଆସନ୍ତା ୧ ତାରିଖରେ ଉଦ୍‌ଯାପିତ ହେବ। ବର୍ତ୍ତମାନ ସମସ୍ତ ଯାତ୍ରାରେ ଦେବୀଙ୍କ ଦର୍ଶନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ଲୋକଙ୍କ ଅସମ୍ଭାଳ ଭିଡ଼ ହେଉଛି।

ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶୁକ୍ରବାର ରାତିରେ ମୁଜାଗଡ଼ ଠାକୁରାଣୀ ଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବ୍ଲକ ଅଧକ୍ଷ ନରି ସଭା ନାୟକ, ଏମପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ, ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଭାଜପା ନେତା ସୁବାସ ବରାଡ, ଧୋବା ଗୌଡ, ଶିବରାମ ମହାପାତ୍ର, ମୁଜାଗଡ଼ ସରପଞ୍ଚ, ଭଞ୍ଜନଗର ଘରୋଇ ବସ ମାଲିକ ସଂଘ ନେତା ବିପ୍ର ଚରଣ ବାରିକ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ଗୁରୁବାର ରାତିରେ ବେଲଗୁଣ୍ଠା ଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସାଇଁ, ଭାଜପାର ବରିଷ୍ଠ ନେତା ମହେଶ ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସେହିଭଳି ଲାଲସିଂ ଯାତ୍ରାକୁ ଗ୍ରାମବାସୀ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri