ଘଣ୍ଟାକୁ ନେଇ ବିଶ୍ୱାସ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡ଼ିଥାଏ। ସେମିତି ଏକ ବସ୍ତୁ ହେଉଛି ଘଣ୍ଟା। ସମୟ ଜାଣିବା ପାଇଁ ସାଧାରଣତଃ ଘରେ ଘଣ୍ଟା ଲଗାଯାଇଥାଏ। କିନ୍ତୁ ଏହି ଘଣ୍ଟା ଲଗାଇବା ପାଇଁ ଠିକ୍‌ ଦିଗ ଚୟନ କରିବା ବି ଅତ୍ୟନ୍ତ ଜରୁରୀ; ନଚେତ୍‌ ଏହାର ଅନେକ କୁପ୍ରଭାବ ଆମକୁ ଭୋଗିବାକୁ ହୋଇଥାଏ। ଯେମିତିକି:

* ଘଣ୍ଟାକୁ ସର୍ବଦା ଘରର ପୂର୍ବ, ପଶ୍ଚିମ ଅଥବା ଉତ୍ତର ଦିଗର କାନ୍ଥରେ ଲଗାଇବା ଦରକାର। ଯେହେତୁ ଦକ୍ଷିଣ ଦିଗ ହେଉଛି ଯମରାଜାଙ୍କର ତେଣୁ ଉକ୍ତ ଦିଗରେ ଘଣ୍ଟା ନ ଲଗାଇବା ଉଚିତ୍‌। କାରଣ ଏହାଦ୍ୱାରା ଘର ସଦସ୍ୟଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଖାସ୍‌ କରି ଆୟୁ ଓ ସ୍ବାସ୍ଥ୍ୟହାନିର ଏହା କାରଣ ସାଜିଥାଏ।

* କେବେ ବି ଘରର ମୁଖ୍ୟଦ୍ୱାର ବା ମୁଖ୍ୟଦ୍ୱାରର କବାଟ ଉପରେ ଘଣ୍ଟା ଲଗାଇବେ ନାହିଁ; କାରଣ ଏହାଦ୍ୱାରା ଘରେ ଝଗଡ଼ା ଲାଗିଥାଏ ବୋଲି ବିଶ୍ୱାସ ରହିଛି।

* ଘଣ୍ଟା ଉପରେ କେବେ ବି ଧୂଳି ଜମିବାକୁ ଦେବେନାହିଁ। ଏଥିସହିତ ଭାଙ୍ଗିଯାଇଥିବା କିମ୍ବା ଅଚଳ ଘଣ୍ଟାକୁ ବି ଘରେ ଆଦୌ ରଖିବେ ନାହିଁ। କାରଣ ଏହା ଅଶୁଭ ସୂଚନା ଦେଇଥାଏ।

* ଅନ୍ୟପକ୍ଷେ ଘଣ୍ଟାକୁ କେବେ ବି ବିଳମ୍ବରେ ଚାଲିବାକୁ ଦେବେନାହିଁ। ଆବଶ୍ୟକ ହେଲେ ଏହାର ସମୟକୁ ଦୁଇ ତିନି ମିନିଟ୍‌ ଆଗୁଆ ପଛେ ଚାଲିବାକୁ ଦେବେ ହେଲେ ସାମାନ୍ୟ ବିଳମ୍ବ ହେବାକୁ ଦେବେନାହିଁ। କାରଣ ଏହାଦ୍ବାରା ପରିବାର ଲୋକଙ୍କ ଉପରେ କୁଆଡ଼େ ସମୟାନୁବର୍ତ୍ତିତାର ଓଲଟା ପ୍ରଭାବ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri