ଅବ୍ୟବସ୍ଥାରେ ବେଲଖଣ୍ଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ତୁଣ୍ଡଲା,୪।୯(ଫିରୋଜ କୁମାର ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଡାକ୍ତରଖାନାର ଉନ୍ନତି ପାଇଁ ଗୁରୁତ୍ୱ ଦେଉ ନ ଥିବାରୁ ଡାକ୍ତରଖାନାଗୁଡିକ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏପରି ପରିସ୍ଥିତି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଉପୁଜିଛି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୧୯୮୮ରେ ରଜାପଡା, ବାଦିପଡ଼ା, ଦିଗଶିରା, ସିର୍ଜାପାଲି, ହାତୀଖୋଜ, ସିଙ୍ଗାରିବାହାଲ, ପିପଲପଦର, ବେଲଖଣ୍ଡି, ଫଲସାପଡା,ସାହାଜପାଟି, ଅଞ୍ଚଳର ପାଖାପାଖି ୫୦ ହଜାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏକ ପ୍ରାଥମିକ ଉପ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରିଥିଲେ। ହେଲେ ବର୍ତ୍ତମାନ ଏହି ସ୍ବାସ୍ଥ୍ୟକେନ୍ଦ୍ର ଭଙ୍ଗାଦଦରା ହୋଇ ବିପଦ ଅବସ୍ଥାରେ ପଡିରହିଛି। କର୍ମଚାରୀମାନେ ମଧ୍ୟ ନିଜ ଜୀବନକୁ ବାଜି ଲାଗଇ ଏହି ଭଙ୍ଗାଦଦରା ଘରେ ଅନ୍ୟଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଛନ୍ତିି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବେଲଖଣ୍ଡି, ସିର୍ଜାପାଲି, ହାତୀଖୋଜ ପଞ୍ଚାୟତର ହାରାହାରି ପଚାଶ ହଜାର ଲୋକ ନିର୍ଭର କରନ୍ତି। ମିଳିଥିବା ସୂଚନା ଅନୁଯାୟୀ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆଜକୁ ପ୍ରାୟ ୩ବର୍ଷ ହେଲା ବର୍ଷା ଦିନେ ପାଣି ଝରୁଛି ଏବଂ ଭିତର ପଟୁ ବିଭିନ୍ନ ସମୟରେ ଚକଡା ଚକଡା ସିମେଣ୍ଟ ଖସିପଡ଼ୁଛି। ବର୍ତ୍ତମାନ ଚକଡାଗୁଡିକ ତଳେ ଖସି ଲୁହା ଛଡଗୁଡିକ ଦେଖାଯାଉଛି। ସେହିଭଳି ଡାକ୍ତରଖାନାରେ ଥିବା ଡ୍ରେସିଂ ରୁମ, ଡେଲିଭରି ରୁମ, ଔଷଧ ରଖାଯାଉଥିବା ଷ୍ଟକ ରୁମ, ଦୈନନ୍ଦିନ ରୋଗୀଙ୍କୁ ଦେଖୁଥିବା ରୁମ ଏବଂ ଅନ୍ୟାନ୍ୟ ରୁମଗୁଡିକ ମଧ୍ୟ ସମାନ ଅବସ୍ଥା। କେତେବେଳେ କଣ ଅଘଟଣ ଘଟିବ ତାହା ଆକଳନ କରାଯାଇପାରୁନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଜିଲା ପ୍ରଶାସନ ଓ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଦୃଷ୍ଟି ଦେଇ ନୂତନ ଘର ତିଆରି କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri