ଅବ୍ୟବସ୍ଥାରେ ବେଲଖଣ୍ଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ତୁଣ୍ଡଲା,୪।୯(ଫିରୋଜ କୁମାର ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଡାକ୍ତରଖାନାର ଉନ୍ନତି ପାଇଁ ଗୁରୁତ୍ୱ ଦେଉ ନ ଥିବାରୁ ଡାକ୍ତରଖାନାଗୁଡିକ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବା ଦେଖିବାକୁ ମିଳିଛି। ଏପରି ପରିସ୍ଥିତି କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଉପୁଜିଛି। ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୧୯୮୮ରେ ରଜାପଡା, ବାଦିପଡ଼ା, ଦିଗଶିରା, ସିର୍ଜାପାଲି, ହାତୀଖୋଜ, ସିଙ୍ଗାରିବାହାଲ, ପିପଲପଦର, ବେଲଖଣ୍ଡି, ଫଲସାପଡା,ସାହାଜପାଟି, ଅଞ୍ଚଳର ପାଖାପାଖି ୫୦ ହଜାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଏକ ପ୍ରାଥମିକ ଉପ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରିଥିଲେ। ହେଲେ ବର୍ତ୍ତମାନ ଏହି ସ୍ବାସ୍ଥ୍ୟକେନ୍ଦ୍ର ଭଙ୍ଗାଦଦରା ହୋଇ ବିପଦ ଅବସ୍ଥାରେ ପଡିରହିଛି। କର୍ମଚାରୀମାନେ ମଧ୍ୟ ନିଜ ଜୀବନକୁ ବାଜି ଲାଗଇ ଏହି ଭଙ୍ଗାଦଦରା ଘରେ ଅନ୍ୟଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଛନ୍ତିି। ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବେଲଖଣ୍ଡି, ସିର୍ଜାପାଲି, ହାତୀଖୋଜ ପଞ୍ଚାୟତର ହାରାହାରି ପଚାଶ ହଜାର ଲୋକ ନିର୍ଭର କରନ୍ତି। ମିଳିଥିବା ସୂଚନା ଅନୁଯାୟୀ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଆଜକୁ ପ୍ରାୟ ୩ବର୍ଷ ହେଲା ବର୍ଷା ଦିନେ ପାଣି ଝରୁଛି ଏବଂ ଭିତର ପଟୁ ବିଭିନ୍ନ ସମୟରେ ଚକଡା ଚକଡା ସିମେଣ୍ଟ ଖସିପଡ଼ୁଛି। ବର୍ତ୍ତମାନ ଚକଡାଗୁଡିକ ତଳେ ଖସି ଲୁହା ଛଡଗୁଡିକ ଦେଖାଯାଉଛି। ସେହିଭଳି ଡାକ୍ତରଖାନାରେ ଥିବା ଡ୍ରେସିଂ ରୁମ, ଡେଲିଭରି ରୁମ, ଔଷଧ ରଖାଯାଉଥିବା ଷ୍ଟକ ରୁମ, ଦୈନନ୍ଦିନ ରୋଗୀଙ୍କୁ ଦେଖୁଥିବା ରୁମ ଏବଂ ଅନ୍ୟାନ୍ୟ ରୁମଗୁଡିକ ମଧ୍ୟ ସମାନ ଅବସ୍ଥା। କେତେବେଳେ କଣ ଅଘଟଣ ଘଟିବ ତାହା ଆକଳନ କରାଯାଇପାରୁନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଜିଲା ପ୍ରଶାସନ ଓ ବିଭାଗୀୟ ଉଚ୍ଚକର୍ତ୍ତୃପକ୍ଷ ଦୃଷ୍ଟି ଦେଇ ନୂତନ ଘର ତିଆରି କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri