Posted inଜାତୀୟ

୮ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୭୯୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୨୭୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୪ ହଜାର ୪୯୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୫୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୧,୦୨୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୨୫୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୭୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୧ ହଜାର ୪୭୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୩୫ ହଜାର ୨୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri