୮ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୭୯୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୨୭୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୪ ହଜାର ୪୯୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୫୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୧,୦୨୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨,୨୫୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୭୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୧ ହଜାର ୪୭୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୩୫ ହଜାର ୨୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share