୮ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୩।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୩ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଦୈନିକ ସଂକ୍ରମଣ ପୁଣି ବଢ଼ି ୮ ଶହ ତଳେ ରହିଛି। ଏହା ୭୩୩ ରହିଛି। ଗୋଟିଏ ଦିନ ତଳେ ଏହା ୮୩୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧୨ ହଜାର ୩୦୭ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୫୫୩ ଥିଲା। ସେହିପରି ୨୪ ଘଣ୍ଟାରେ ୯୭୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧ ହଜାର ୨୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୩୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୬ ହଜାର ୩୭୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨୩ ହଜାର ୫୩୯ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share