୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୮୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୬ ହଜାର ୯୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୯୯ ହଜାର ୧୫୫ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୩୨୬ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି।

ଇତି ମଧ୍ୟରେ ୬୪ କୋଟି ୭୨ ଲକ୍ଷ ୫୨ ହଜାର ୮୫୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୨୬ ହଜାର ୬୪ ଜଣଙ୍କର ନମୁନା ପରୀକ୍ଷା ହୋଇଛି।

ବର୍ତ୍ତମାନ ସୁଦ୍ଧା ୧୨୭ କୋଟି ୬୧ ଲକ୍ଷ ୮୩ ହଜାର ୬୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧ କୋଟି ୪ ଲକ୍ଷ ୧୮ ହଜାର ୭୦୭ ଜଣଙ୍କୁ ଟିକାଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୬୦ ହଜାର ୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ରେ ପହଞ୍ଚିଛି। ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri