Categories: Home Leftଖେଳ

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି।

ତାଙ୍କୁ ୨ କୋଟି ଟଙ୍କାରେ ଦିଲ୍ଲୀ କ୍ୟାପିଟାଲ୍ସ କିଣିଥିଲା। ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଓପନିଂ ପୋଜିଶନ ଲାଗି ଶ୍ରୀଲଙ୍କାର ପଥୁମ ନିଶଙ୍କାଙ୍କ ଭଳି ବିକଳ୍ପ ରହିଛନ୍ତି।

Share