Posted inଖେଳ

ଶେଷ ମ୍ୟାଚ୍‌ରେ ଷ୍ଟୋକ୍ସଙ୍କ ଆଖିରୁ ଝରିଲା ଲୁହ

ଲଣ୍ଡନ,୨୦।୭: ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ମଙ୍ଗଳବାର ତାଙ୍କ କ୍ୟାରିୟରର ଶେଷ ଦିନିକିଆ ଖେଳିବାକୁ ପଡିଆକୁ ଓହ୍ଲାଇଥିଲେ। ଷ୍ଟାଡିୟମରେ ତାଙ୍କର ବହୁ ସଂଖ୍ୟକ ପ୍ରଶଂସକ ଉପସ୍ଥିତ ଥିଲେ। ଡରହମ ଚେଷ୍ଟର ଲି ଷ୍ଟ୍ରିଟରେ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜର ପ୍ରଥମ ଦିନିକିଆ ଷ୍ଟୋକ୍ସଙ୍କ କ୍ୟାରିୟରର ଶେଷ ଦିନିକିଆ ଥିଲା।
୩୧ ବର୍ଷିୟ ବେନ ଷ୍ଟୋକ୍ସ ପଡିଆକୁ ଆସିବା ମାତ୍ରେ, ସେ ଅତ୍ୟନ୍ତ ଭାବପ୍ରବଣ ହୋଇପଡିଥିଲେ। ତାଙ୍କ ଆଖିରୁ ଲୁହ ଝରିବାକୁ ଲାଗିଲା। ସାଥୀମାନେ ମଧ୍ୟ ତାଙ୍କୁ ଆଲିଙ୍ଗନ କରିଥିଲେ।
ଇଂଲଣ୍ଡ କ୍ରିକେଟ ଷ୍ଟୋକ୍ସ ସହ ଜଡିତ ଏକ ଭିଡିଓ ଶେୟାର କରିଛି। ଏହି ୩୬ ସେକେଣ୍ଡର ଭିଡିଓ ଟୁଇଟରରେ ୧.୫ ଲକ୍ଷରୁ ଅଧିକ ଥର ଦେଖାଯାଇଛି। ଷ୍ଟାଡିୟମରେ ବସିଥିବା ଦର୍ଶକମାନେ ଷ୍ଟୋକ୍ସଙ୍କ ସମ୍ମାନାର୍ଥେ କରତାଳି ଦେଇଥିବାର ନଜର ଆସିଥିଲେ।
ଷ୍ଟୋକ୍ସ ୧୦୪ଟି ଦିନିକିଆର ୮୯ ଇନିଂସରେ ୨୯୧୯ ରନ ସଂଗ୍ରହ କରିଛନ୍ତି। ତାଙ୍କର ହାରାହାରି ୩୯.୪୫ ରହିଛି। ଦିନିକିଆରେ ତାଙ୍କର ସର୍ବାଧିକ ସ୍କୋର ହେଉଛି ୧୦୨ ରନ୍‌। ସେ ଏହି ଫର୍ମାଟରେ ତିନି ଶତକ ଏବଂ ୨୧ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏଥିସହିତ ବୋଲିଂରେ ସେ ୮୭ ଇନିଂସରେ ୭୪ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri