Posted inଖେଳ

ଆଇପିଏଲ୍‌ରେ ଖେଳିବେ ନାହିଁ ଷ୍ଟୋକ୍ସ

ଲଣ୍ଡନ,୧୭।୧: ବିଶ୍ୱର ଅଗ୍ରଣୀ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। କାର୍ଯ୍ୟବୋଝକୁ ନିୟନ୍ତ୍ରିତ ରଖିବା ପାଇଁ ଏବଂ ମାନସିକ ସ୍ତରରେ ନିଜକୁ ଫ୍ରେଶ ରଖିବା ଲାଗି ସେ ଏଭଳି ନିଷ୍ପତ୍ତି ନେଇଥିବା ବ୍ରିଟିଶ ଗଣମାଧ୍ୟମରେ ଏକ ରିପୋର୍ଟରେ ଦର୍ଶାଯାଇଛି। ନିକଟରେ ଶେଷ ହୋଇଥିବା ଆଶେସ ସିରିଜ୍‌ରେ ଷ୍ଟୋକ୍ସ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ୫ ମ୍ୟାଚ୍‌ରେ କେବଳ ୨୩୬ ରନ୍‌ କରିବା ସହ ମାତ୍ର ୪ ଉଇକେଟ ନେବାକୁ ସକ୍ଷମ ହୋଇଥିଲେ।

“ଷ୍ଟୋକ୍ସ ଚଳିତ ବର୍ଷ ଆଇପିଏଲରେ ଖେଳିବେ ନାହିଁ, ଯେଉଁଥିରେ ପ୍ରଥମ ଥର ପାଇଁ ୧୦ ଦଳ ଖେଳିବେ। ଏଥିର୍ପୂବରୁ ଏକ ମେଗା ଅକଶନ ହେବାର ଅଛି” ବୋଲି ଲଣ୍ଡନ ଇଭିନିଂ ଷ୍ଟାଣ୍ଡର୍ଡରେ ଏକ ରିପୋର୍ଟରେ ପ୍ରକାଶ ପାଇଛି।

“ଗତ ଦୁଇ ବର୍ଷରେ ଷ୍ଟୋକ୍ସ ଅତ୍ୟନ୍ତ କଠିନ ସମୟ ଦେଖିଛନ୍ତି। ୧୩ ମାସ ତଳେ ତାଙ୍କ ବାପା ଗେଡ୍‌ଙ୍କ ମୃତ୍ୟୁ ହୋଇଥିଲା। ତା’ ପରେ ୨୦୨୧ରେ ସେ ନିଜ ମାନସିକ ସ୍ବାସ୍ଥ୍ୟ ଏବଂ ଆଙ୍ଗୁଠି ଜନିତ ସମସ୍ୟା କାରଣରୁ ଦୀର୍ଘ ଦିନ ଧରି କ୍ରିକେଟରୁ ଦୂରେଇ ରହିଥିଲେ” ବୋଲି ଉକ୍ତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri