Posted inଖେଳ

ଚେନ୍ନାଇ ପାଇଁ ଖୁସି ଖବର: ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଦଳକୁ ଫେରିପାରନ୍ତି ବେନ ଷ୍ଟୋକ୍ସ

ଚେନ୍ନାଇ,୨୧।୪: ଚାରିଥର ଚମ୍ପିୟନ ହୋଇଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେ୍‌କେ) ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଏମ୍‌ଏ ଚିନାମ୍ବରମ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଖେଳିବ। ସିଏସେ୍‌କେ ଏ ପର୍ଯ୍ୟନ୍ତ ଖେଳାଯାଇଥିବା ୫ ଟି ମ୍ୟାଚ ମଧ୍ୟରୁ ୩ ଟି ଜିତିଛି ଏବଂ ବର୍ତ୍ତମାନ ପଏଣ୍ଟ ଟେବୁଲରେ ୬ ପଏଣ୍ଟ ସହ ତୃତୀୟ ସ୍ଥାନ ଅଧିକାର କରିଛି। ଏହି ସମୟରେ ବେନ ଷ୍ଟୋକ୍ସଙ୍କ ଫିଟନେସକୁ ନେଇ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଦଳ ପାଇଁ ଏକ ଖୁସି ଖବର ଆସିଛି। ତେବେ ଅଧିନାୟକ ଫେରିଲେ ଦଳକୁ ହାଇଦ୍ରବାଦ ବିପକ୍ଷରେ ଅତିରିକ୍ତ ବଳ ମିଳିବ।

ଏହି ଆଇପିଏଲ ସିଜନରେ ବେନ ଷ୍ଟୋକ୍ସ ଦଳ ପାଇଁ ପ୍ରଥମ ୨ଟି ମ୍ୟାଚ ଖେଳିବାରେ ସକ୍ଷମ ହୋଇଥିଲେ। ଏହା ପରେ ଗୋଡରେ ଆଘାତ ଲାଗିଥିବାରୁ ସେ ୩ଟି ମ୍ୟାଚରେ ଖେଳି ନ ଥିଲେ। ବର୍ତ୍ତମାନ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ ପୂର୍ବରୁ ବେନ ଷ୍ଟୋକ୍ସଙ୍କ ବିଷୟରେ ଯାହା ଖବର ଆସିଛି, ସେ ବର୍ତ୍ତମାନ ସମ୍ପୂର୍ଣ୍ଣ ଫିଟ୍‌ ଅଛନ୍ତି। ଏହି ସିଜନ ଆରମ୍ଭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସରୁ କାଇଲ ଜେମିସନ ଏବଂ ମୁକେଶ ଚୌଧୁରୀ ଆହତ କାରଣରୁ ସମଗ୍ର ସିଜନରୁ ବାଦ ପଡିଥିଲେ। ଏଥି ସହିତ ଦୀପକ ଚାହର ଏବଂ ସିସନ୍ଦା ମଗାଲା ମଧ୍ୟ ଆହତ କାରଣରୁ ୫ଟି ମ୍ୟାଚରୁ ବାଦ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri