Posted inଖେଳ

ପାକିସ୍ତାନ ବିପକ୍ଷ ଅବଶିଷ୍ଟ ୨ ଟେଷ୍ଟ ଖେଳିବେନି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୧୦ା୮ (ପି.ଟି.)- ପାରିବାରିକ କାରଣ ଦର୍ଶାଇ ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ଓହରିଯାଇଛନ୍ତି। ଦେଶର କ୍ରିକେଟ ବୋର୍ଡ ତରଫରୁ ରବିବାର ଏହା ଘୋଷଣା କରାଯାଇଛି। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କିନ୍ତୁ ନିର୍ଦ୍ଦିଷ୍ଟ କାରଣ ସ୍ପଷ୍ଟ କରାଯାଇ ନାହିଁ। ସପ୍ତାହର ପରବର୍ତ୍ତୀ ଭାଗରେ ନ୍ୟୁଜିଲାଣ୍ଡ ଗସ୍ତ କରିବେ। ଫଳରେ ସେ ଏଜାସ୍‌ ବାଉଲରେ ଅଗଷ୍ଟ ୧୩ ଗୁରୁବାର ଏବଂ ଅଗଷ୍ଟ ୨୧ ଶୁକ୍ରବାର ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଦୁଇଟି ଟେଷ୍ଟ ମ୍ୟାଚରେ ସେ ଖେଳି ପାରିବେ ନାହିଁ ବୋଲି ଇସିବି ପକ୍ଷରୁ କୁହାଯାଇଛି। ଏଥର ତାଙ୍କ ପାରିବାରିକ ଗୋପନୀୟତା ପ୍ରତି ଦୃଷ୍ଟି ହେବା ଲାଗି ଷ୍ଟୋକ୍ସଙ୍କ ପରିବାର ଏବଂ ଇସିବି ସମସ୍ତ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି। ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମ ଗ୍ରହଣ କରିଥିବା ୨୯ ବର୍ଷୀୟ ଷ୍ଟୋକ୍ସ ଇଂଲଣ୍ଡ କ୍ରିକେଟ ଦଳର ଜଣେ ପ୍ରମୁଖ ସଦସ୍ୟ। କିଛି ବିର୍ଷ ହେଲା ସେ ଅନେକ ମ୍ୟାଚ ବିଜୟୀ ପ୍ରଦର୍ଶନ କରିଛନ୍ତି। ତନ୍ମଧ୍ୟରେ ୨୦୧୯ ବିଶ୍ୱକପ୍‌ ଫାଇନାଲ ଏବଂ ଆଶେସ ସିରିଜରେ ଶତକ ହାସଲ ଅନ୍ୟତମ । ଆୟୋଜକ ଇଂଲଣ୍ଡ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ବିଜୟ ହାସଲ କରି ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri