Posted inଖେଳ

ପାକିସ୍ତାନ ବିପକ୍ଷ ଅବଶିଷ୍ଟ ୨ ଟେଷ୍ଟ ଖେଳିବେନି ଷ୍ଟୋକ୍ସ

ମାଞ୍ଚେଷ୍ଟର, ୧୦ା୮ (ପି.ଟି.)- ପାରିବାରିକ କାରଣ ଦର୍ଶାଇ ଇଂଲଣ୍ଡ ଷ୍ଟାର ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ପାକିସ୍ତାନ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟ ମ୍ୟାଚଗୁଡ଼ିକରୁ ଓହରିଯାଇଛନ୍ତି। ଦେଶର କ୍ରିକେଟ ବୋର୍ଡ ତରଫରୁ ରବିବାର ଏହା ଘୋଷଣା କରାଯାଇଛି। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କିନ୍ତୁ ନିର୍ଦ୍ଦିଷ୍ଟ କାରଣ ସ୍ପଷ୍ଟ କରାଯାଇ ନାହିଁ। ସପ୍ତାହର ପରବର୍ତ୍ତୀ ଭାଗରେ ନ୍ୟୁଜିଲାଣ୍ଡ ଗସ୍ତ କରିବେ। ଫଳରେ ସେ ଏଜାସ୍‌ ବାଉଲରେ ଅଗଷ୍ଟ ୧୩ ଗୁରୁବାର ଏବଂ ଅଗଷ୍ଟ ୨୧ ଶୁକ୍ରବାର ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଦୁଇଟି ଟେଷ୍ଟ ମ୍ୟାଚରେ ସେ ଖେଳି ପାରିବେ ନାହିଁ ବୋଲି ଇସିବି ପକ୍ଷରୁ କୁହାଯାଇଛି। ଏଥର ତାଙ୍କ ପାରିବାରିକ ଗୋପନୀୟତା ପ୍ରତି ଦୃଷ୍ଟି ହେବା ଲାଗି ଷ୍ଟୋକ୍ସଙ୍କ ପରିବାର ଏବଂ ଇସିବି ସମସ୍ତ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି। ଖ୍ରୀଷ୍ଟଚର୍ଚ୍ଚରେ ଜନ୍ମ ଗ୍ରହଣ କରିଥିବା ୨୯ ବର୍ଷୀୟ ଷ୍ଟୋକ୍ସ ଇଂଲଣ୍ଡ କ୍ରିକେଟ ଦଳର ଜଣେ ପ୍ରମୁଖ ସଦସ୍ୟ। କିଛି ବିର୍ଷ ହେଲା ସେ ଅନେକ ମ୍ୟାଚ ବିଜୟୀ ପ୍ରଦର୍ଶନ କରିଛନ୍ତି। ତନ୍ମଧ୍ୟରେ ୨୦୧୯ ବିଶ୍ୱକପ୍‌ ଫାଇନାଲ ଏବଂ ଆଶେସ ସିରିଜରେ ଶତକ ହାସଲ ଅନ୍ୟତମ । ଆୟୋଜକ ଇଂଲଣ୍ଡ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ବିଜୟ ହାସଲ କରି ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri