Posted inଖେଳ

ଛକା ମାରିବାରେ ବେନ୍‌ ଷ୍ଟୋକ୍ସଙ୍କ ରେକର୍ଡ

ମାଞ୍ଚେଷ୍ଟର, ୨୦।୭- ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଅନ୍ତିମ ତଥା ୫ମ ଦିବସରେ ସୋମବାର ଇଂଲଣ୍ଡର ବେନ୍‌ ଷ୍ଟୋକ୍ସ ଏକ କିର୍ତ୍ତୀମାନର ଅଧିକାରୀ ହୋଇଛନ୍ତି। ଟେଷ୍ଟ କ୍ରିକେଟ୍‌ ସାଧାରଣତଃ ଧିମା କ୍ରିକେଟ୍‌ ଭାବେ ଜଣାଶୁଣା। କିନ୍ତୁ ଘରୋଇ ଇଂଲଣ୍ଡ ଦଳର ଅଲ୍‌ରାଉଣ୍ଡର ଷ୍ଟୋକ୍ସ ଛକା ମାରିବାରେ ରେକର୍ଡ ସ୍ଥାପନ କରିଛନ୍ତି। ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ଷ୍ଟୋକ୍ସ ୫୭ ବଲରୁ ୭୮ ରନର ଦ୍ରୁତ ଇନିଂସ ଖେଳିଥିଲେ। ଏହାରି ମଧ୍ୟରେ ସେ ୪ଟି ଚୌକା ଓ ୩ଟି ଛକା ମାରିଥିଲେ। ଏଥିସହ ବର୍ତ୍ତମାନ ଟେଷ୍ଟ ଖେଳୁଥିବା କ୍ରିକେଟର୍‌ଙ୍କ ମଧ୍ୟରେ ଷ୍ଟୋକ୍ସଙ୍କ ନାମରେ ସର୍ବାଧିକ ଛକା ମାରିବାର ରେକର୍ଡ ଲିପିବଦ୍ଧ ହୋଇଛି। ୨୯ ବର୍ଷୀୟ ଏହି ଇଂଲଣ୍ଡ ବ୍ୟାଟ୍ସମ୍ୟାନ ବର୍ତ୍ତମାନ ସୁଦ୍ଧା ଟେଷ୍ଟରେ ୭୪ ଛକା ମାରି ସାରିଛନ୍ତି। ଏହିକ୍ରମରେ ସେ ନ୍ୟୁଜିଲାଣ୍ଡ ଅଲ୍‌ରାଉଣ୍ଡର ଟିମ୍‌ ସୌଦୀ (୭୨ ଛକା)ଙ୍କୁ ପଛରେ ପକାଇ ଦେଇଛନ୍ତି। ଏହି ତାଲିକାରେ ଆଞ୍ଜେଲୋ ମାଥ୍ୟୁସ (୬୧), ଡେଭିଡ୍‌ ଓ୍ବାର୍ନର (୫୬) ଓ ରୋହିତ୍‌ ଶର୍ମା (୫୨) ପଛକୁ ପଛ ରହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଟେଷ୍ଟ କ୍ରିକେଟ୍‌ରେ ସର୍ବକାଳୀନ ସର୍ବାଧିକ ଛକା ମାରିବାର ରେକର୍ଡ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର୍‌ ଆଦାମ ଗିଲକ୍ରିଷ୍ଟଙ୍କ ନାମରେ ରହିଛି। ଗିଲକ୍ରିଷ୍ଟ ୧୦୦ ଛକା ସହ ତାଲିକାର ଶୀର୍ଷରେ ରହିଥିବାବେଳେ କ୍ରିସ୍‌ ଗେଲ୍‌ (୯୮), ଜ୍ୟାକ କାଲିସ (୯୭), ବ୍ରେଣ୍ଡନ ମ୍ୟାକ୍‌କୁଲମ (୯୪) ଓ ବୀରେନ୍ଦ୍ର ସେହ୍ବାଗ (୯୧) ଯଥାକ୍ରମେ ୨ୟରୁ ୫ମ ସ୍ଥାନ ମଧ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri