Posted inଜାତୀୟ

ବେନାମୀ କାରବାର ମାମଲାର ଖୋଲା ଅଦାଲତରେ ହେଉ ଶୁଣାଣି, କେନ୍ଦ୍ର ସରକାରଙ୍କ ଆବେଦନ…

ନୂଆଦିଲ୍ଲୀ,୩୧।୧ : ବେନାମୀ କାରବାର ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟର ସମୀକ୍ଷା କରିବାକୁ ଏକ ଆବେଦନ ଉପରେ କେନ୍ଦ୍ର ସରକାର ଏକ ଖୋଲା କୋର୍ଟରେ ଶୁଣାଣି ପାଇଁ ଆବେଦନ କରିଛନ୍ତି।
କେନ୍ଦ୍ର ପକ୍ଷରୁ ହାଜର ହୋଇଥିବା ଅତିରିକ୍ତ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଏହି ମାମଲାକୁ ଦୃଷ୍ଟିରେ ରଖି ଖୋଲା କୋର୍ଟରେ ସମୀକ୍ଷା ଆବେଦନ ଶୁଣିବାକୁ ପ୍ରଧାନବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କୁ ଅନୁରୋଧ କରିଛନ୍ତି। ଏହି ବିଚାର ହେତୁ ବେନାମୀ ଆକ୍ଟର କିଛି ବ୍ୟବସ୍ଥା ଚ୍ୟାଲେଞ୍ଜ କରାଯାଇ ନ ଥିବା ବେଳେ ଅନେକ ଆଦେଶ ପାସ କରାଯାଉଛି ବୋଲି ସେ କହିଛନ୍ତି। କେନ୍ଦ୍ରର ଆବେଦନୀ ଜବାବରେ ସୁପ୍ରିମକୋର୍ଟ କହିଛନ୍ତି ଯେ ଆମେ ଏହାକୁ ବିଚାର କରିବୁ।

ସୂଚନାଯୋଗ୍ୟ,ଗତ ବର୍ଷ ଅଗଷ୍ଟ ମାସରେ ସର୍ବୋଚ୍ଚ ନ୍ୟାୟାଳୟ ବେନାମୀ ଆଇନର କିଛି ବ୍ୟବସ୍ଥାକୁ ଖଣ୍ଡନ କରିଥିଲେ। ଏହି ନିୟମଗୁଡିକ ମଧ୍ୟରୁ ଗୋଟିଏ ଅନୁଯାୟୀ, ବେନାମୀ କାରବାରରେ ଲିପ୍ତ ରହିଲେ ସର୍ବାଧିକ ତିନି ବର୍ଷ ଜେଲ ଦଣ୍ଡ, କିମ୍ବା ଜୋରିମାନା କିମ୍ବା ଉଭୟ ସହିତ ଦଣ୍ଡିତ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟ ଏହି ବ୍ୟବସ୍ଥାକୁ ଅଣସାମ୍ବିଧାନିକ ବୋଲି କହିଛନ୍ତି। କୋର୍ଟ ଏହା ମଧ୍ୟ କହିଛନ୍ତି ଯେ ବେନାମୀ କାରବାର ନିଷେଧ ଅଧିନିୟମ, ଧାରା ୩ (୨) ଏବଂ ଧାରା ୫ ଅସ୍ପଷ୍ଟ ଏବଂ ଏହା ଉପରେ ମନଇଛା କାର୍ଯ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri