Posted inଜାତୀୟ

ସିଜେଆଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତାରେ ଗଠିତ ବେଞ୍ଚ କରିବ ନିଟ ସହ ଜଡିତ ସମସ୍ତ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୭: ନିଟ ୟୁଜି ପେପର ଲିକ ବିବାଦକୁ ନେଇ ଏକ ବଡ ଅପଡେଟ ଆସିଛି। ନିଟ ପରୀକ୍ଷା ସହ ଜଡିତ ସମସ୍ତ ମାମଲା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ଶୁଣାଣି ହେବ। ଏହା ସହ ଜଡିତ ମାମଲାଗୁଡ଼ିକ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ଜୁଲାଇ ୮ ରେ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ NEET UG ସହ ଜଡିତ ମାମଲା ସୁପ୍ରିମକୋର୍ଟଙ୍କ ଅବାକାଶ ବେଞ୍ଚ ଦ୍ୱାରା ଶୁଣାଣି ହେଉଥିଲା। ସମସ୍ତ ଆବେଦନ ଉପରେ ଶୁଣାଣି ପାଇଁ ବେଞ୍ଚ ଜୁଲାଇ ୮ସ୍ଥିର କରିଛି। ଏଥିସହ, ଜୁଲାଇ ୬ରୁ ଆଡମିଶନ ପାଇଁ କାଉନସେଲିଂ ପ୍ରକ୍ରିୟା ବନ୍ଦ କରିବାକୁ ମନା କରାଯାଇଛି।

ସୁପ୍ରିମକୋର୍ଟଙ୍କ ଡେଲି କଜ ତାଲିକା ଅନୁଯାୟୀ ଶିବାଙ୍ଗୀ ମିଶ୍ର ଏବଂ ଅନ୍ୟମାନଙ୍କ ବନାମ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଏବଂ ଅନ୍ୟମାନଙ୍କ ମାମଲା ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ଶୁଣାଣି ହେବ। ଯେଉଁଥିରେ ଜଷ୍ଟିସ ଜେ.ବି ପାଦରିବାଲା ଏବଂ ଜଷ୍ଟିସ ମନୋଜ ମିଶ୍ର ମଧ୍ୟ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏହି ମାମଲାର ଶୁଣାଣି ଜୁଲାଇ ୮ରୁ ସକାଳ ୧୦ଟା ୩୦ରେ ଆରମ୍ଭ ହେବ।
ସୂଚନାଯୋଗ୍ୟ, ମେ ୫ରେ ନିଟ ୟୁଜି ପରୀକ୍ଷା ଆୟୋଜନ କରାଯାଇଥିଲା। ଏଥିପାଇଁ ୨୩ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପଞ୍ଜୀକୃତ ହୋଇଥିଲେ। ଜୁନ ୪ ରେ NEET UG ଫଳାଫଳ ଘୋଷଣା କରାଯାଇଥିଲା। ଫଳାଫଳ ପ୍ରକାଶ ପାଇବା ପୂର୍ବରୁ ନିଟ ସମ୍ବନ୍ଧୀୟ ଅନିୟମିତତା ଅଭିଯୋଗ ଆରମ୍ଭ ହୋଇଥିଲା। ଫଳାଫଳ ପରେ, ପ୍ରଥମେ ଗ୍ରେସ ମାର୍କସ ବିବାଦ ଏବଂ ପରେ ପେପର ଲିକ ସାମ୍ନାକୁ ଆସିଥିଲା। ପେପର ଲିକ ଅଭିଯୋଗରେ ଏପର୍ଯ୍ୟନ୍ତ କେତେଜଣଙ୍କୁ ଗିରଫ କରାଯାଇଛି। ଏହି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରାଯାଇଛି। ନିଟ ପରୀକ୍ଷା ସମ୍ପର୍କରେ ସୁପ୍ରିମକୋର୍ଟରେ ଅନେକ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri