ଉପକାରୀ ଅଁଳା ଗଛ

ଅଁଳା ଗଛ ଯେତିକି ପବିତ୍ର ସେତିକି ଉପକାରୀ ବି। କାରଣ ଏଥିରେ ଭରି ରହିଛି ଅନେକ ଔଷଧୀୟ ଗୁଣ। ଆଧ୍ୟାତ୍ମିକ ଦୃଷ୍ଟିରୁ ବି ଏହା ବେଶ୍‌ ସମୃଦ୍ଧ। ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ କରିଥାନ୍ତି ବୋଲି ବିଶ୍ୱାସ କରାଯାଏ। ଅନେକେ କୁହନ୍ତି, ପ୍ରତିଦିନ ସ୍ନାନ ସାରି ଅଁଳା ଗଛ ମୂଳରେ ଜଳ ଅର୍ପଣ କଲେ ପ୍ରଭୁ କୃପା ଲାଭ ହେବା ସହ ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି। ସେହିପରି ଅଁଳାର ଔଷଧୀୟ ଗୁଣକୁ ତର୍ଜମା କଲେ ଜଣାଯାଏ, ଏହାର ସେବନ ଦ୍ୱାରା ଦୃଷ୍ଟିଶକ୍ତି ପ୍ରଖର ହୁଏ। ପାଚନ କ୍ରିୟାକୁ ସକ୍ରିୟ କରିବାରେ ବି ଅଁଳାର ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଥାଏ। ସ୍ମରଣଶକ୍ତିକୁ ତ୍ୱରାନ୍ବିତ କରିବାରେ ମଧ୍ୟ ଏହା ଖୁବ୍‌ ଉପକାରୀ ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଉତ୍ତର ଦିଗରେ ଅଁଳା ଗଛ ଲଗାଇ ପୂଜାକଲେ ସ୍ମୃତିଶକ୍ତି ପ୍ରଖର ହେବା ସହ ସନ୍ତାନଙ୍କର ମଙ୍ଗଳ ହୋଇଥାଏ। ଏପରିକି ଘର ମଧ୍ୟକୁ କୌଣସି ନକାରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ। ଘରର ଉତ୍ତର ଦିଗରେ ଯଦି କୌଣସି ବାସ୍ତୁଦୋଷ ଥାଏ, ତା’ହେଲେ ଏହି ଦିଗରେ ଅଁଳା ଗଛ ଲଗାଇଲେ ତାହା ଆପେ ଠିକ୍‌ ହୋଇଯାଏ ବୋଲି ବିଶ୍ୱାସ ରହିଛି। କିନ୍ତୁ ଏହି ଗଛକୁ ଘରର ଖୁବ୍‌ ନିକଟରେ ନ ଲଗାଇ ଘରଠୁ ଟିକେ ଛାଡିକି ଲଗାଇବା ଭଲ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri