ଉପକାରୀ ସଜନା ଶାଗ

ନିଜକୁ ସୁସ୍ଥ ତଥା ଫିଟ୍‌ ରଖିବା ପାଇଁ ଆମେ ବିଭିନ୍ନ ପ୍ରକାର ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଉଥାଉ। ସେଗୁଡ଼ିକ ମଧ୍ୟରୁ ସଜନା ଶାଗ ଅନ୍ୟତମ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ଜଣେ ବ୍ୟକ୍ତି ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଅନେକାଂଶରେ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହି ଶାଗରେ କ୍ୟାଲ୍‌ସିୟମ୍‌, ପୋଟାସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ଭିଟାମିନ୍‌-ଏ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ଦୃଷ୍ଟି ଶକ୍ତିକୁ ଦୃଢ଼ ରଖିବାରେ ସାହାଯ୍ୟ କରେ। ସେହିପରି ଭିଟାମିନ୍‌-ସି ବାହ୍ୟ ଜୀବାଣୁ କବଳରୁ ରକ୍ଷା କରିଥାଏ। ଠିକ୍‌ ସେହିପରି ଭିଟାମିନ୍‌-ଇ ରେ ଆଣ୍ଟି-ଅକ୍ସଡାଣ୍ଟ ଗୁଣ ଭରି ରହିଛି। ସଜନା ଶାଗ ରକ୍ତରେ ଗ୍ଲୁକୋଜ୍‌ ଏବଂ ପ୍ରୋଟିନ୍‌ର ପରିମାଣକୁ ସନ୍ତୁଳିତ ରଖିବାରେ ସାହାଯ୍ୟ କରେ। ନିୟମିତ ସଜନା ଶାଗରେ ପ୍ରସ୍ତୁତ ଖାଦ୍ୟ ଖାଇବା ଦ୍ୱାରା ରକ୍ତଚାପ କେତେକାଂଶରେ ସନ୍ତୁଳିତ ରହେ। ଏହା ମଧ୍ୟ ରକ୍ତରେ ହିମୋଗ୍ଲୋବିନ୍‌ର ପରିମାଣ ବୃଦ୍ଧି କରେ। ଜଣେ ଯକ୍ଷ୍ମା ରୋଗୀ ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିପାରନ୍ତି। ଏହା ଲିଭର୍‌ ସେଲ୍‌କୁ ନଷ୍ଟ ହେବାକୁ ଦେଇ ନ ଥାଏ। ଏଥିରେ ଏଭଳି ତତ୍ତ୍ୱ ରହିଛି ଯାହା ଅସ୍ଥିକୁ ମଜଭୁତ୍‌ ରଖିବାରେ ସାହାଯ୍ୟ କରେ। ଆଣ୍ଠୁ, ଗଣ୍ଠି ବାତ ହେବାକୁ ମଧ୍ୟ ଏହା ଦେଇ ନ ଥାଏ। ମୋଟା ଲୋକଙ୍କ ପାଇଁ ଏହା ବେଶ୍‌ ଉପକାରୀ। ଶରୀରର ଚର୍ବି ଅଂଶକୁ ଏହା ଅନେକାଂଶରେ କମାଇଥାଏ। ଭିଟାମିନ୍‌ସ ଓ ମିନେରାଲ୍ସ ଏଥିରେ ଥିବାରୁ ଏହା ଖାଦ୍ୟ ହଜମ ହେବାରେ ମୁଖ୍ୟ ଭୂମିକା ଗ୍ରହଣ କରେ। ଆଜ୍‌ମା ରୋଗୀଙ୍କ ପାଇଁ ଏହା ମହୌଷଧି ସଦୃଶ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri