ସୁଭଦ୍ରା ସଚେତନତାରେ ସାମିଲ ହେଲେ ହିତାଧିକାରୀ: ସରକାରୀ ଯୋଜନାର ଫାଇଦା ନେବାକୁ ମହିଳାଙ୍କୁ ପରାମର୍ଶ

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତରେ ବୁଧବାର ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କିତ ସଭା ଓ ଶୋଭାଯାତ୍ରା ବିଡ଼ିଓ ପ୍ରୀତିରଞ୍ଜନ ରଥ ଏବଂ ସିଡିପିଓ ସନ୍ଧ୍ୟା ରାଣୀ ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ବ୍ଲକ ହେଡକ୍ୱାଟର ଦାରିଙ୍ଗବାଡି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଦାରିଙ୍ଗବାଡିର ବସଷ୍ଟାଣ୍ଡ ସମେତ ଚାରି ଛକ, ତିନିଛକ ଆଦି ଶୋଭାଯାତ୍ରାରେ ଯାଇ ସୁଭଦ୍ରା ଯୋଜନାର ଫାଇଦା ସମ୍ପର୍କରେ ଜନ ସଚେତନ କରାଯାଇଥିଲା।

ଏହି ଯୋଜନାରେ ମହିଳାମାନେ ରୋଜଗାରକ୍ଷମ ହେବା ସହ ସ୍ବାବଲମ୍ବୀ ହୋଇପାରିବେ କ୍ଷୁଦ୍ର ବ୍ୟବସାୟ, ଚାଷ ସମେତ କୁକୁଡ଼ା ପାଳନ, ଗେଣ୍ଡୁ ଫୁଲ ଚାଷ, ଉଦ୍ୟାନ କୃଷି ଆଦି କରି କିଭଳି ସ୍ବାବଲମ୍ବୀ ହେବେ ସେନେଇ ପରାମର୍ଶ ଦିଆଯାଇଥିଲା। ଶୋଭାଯାତ୍ରାରେ ଆସି ଦାରିଙ୍ଗବାଡି ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ପହଞ୍ଚି ସେଠାରେ ବୈଠକ କରାଯାଇ ପରାମର୍ଶ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଓଡିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକ, ପିଇଓ ଦୁଃଶାସନ ବେହେରା ପ୍ରମୁଖ ମଞ୍ଚାସିନ ଥିଲେ। କାର୍ଯ୍ୟକ୍ରମରେ ସମନ୍ବିତ ମହିଳା ଓ ଶିଶୁ ବିକାଶ ଯୋଜନାର ସୁପରଭାଇଜର, ଅଙ୍ଗନାୱାଡି କର୍ମୀ, ମିଶନଶକ୍ତି୍‌ର ମହିଳାମାନେ ଉପସ୍ଥିତ ରହିଥିଲେ। ସମସ୍ତ ହିତାଧିକାରୀ ଏହି ଯୋଜନାରେ କିଭଳି ସାମିଲ ହେବେ ଓ ଫାଇଦା ପାଇବେ ସେନେଇ ଆଲୋଚନା କରାଯାଇଥିଲା। ସେହିପରି ସମସ୍ତ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri