ପଞ୍ଚାୟତ ଅଫିସରେ ତାଲା ପକାଇଲେ ହିତାଧିକାରୀ

ଟିକିରି,୧୯।୫(ଡି.ଏନ୍‌.ଏ.): ଟାଇଁ ଟାଇଁ ଖରାରେ ଭତ୍ତା ଟଙ୍କା ପାଇଁ ବୟସ୍କ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଆସୁଛନ୍ତି। ହେଲେ ପଞ୍ଚାୟତ ଅଧିକାରୀ ସେମାନଙ୍କୁ ଭତ୍ତା ଦେବା ବଦଳରେ ବିଭିନ୍ନ ଆଳ ଦେଖାଇ ହଇରାଣ କରୁଛନ୍ତି। ରାୟଗଡ଼ା ଜିଲା କାଶୀପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରୁ ବୁଧବାର ହିତାଧିକାରୀମାନେ ଏପରି ଅଭିଯୋଗ କରିଛନ୍ତି। ଉତ୍ତ୍ୟକ୍ତ ହୋଇ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁଙ୍କିଛନ୍ତି।
ଟଙ୍କା ଆସିଥିବା ଆଶାରେ ହିତାଧିକାରୀମାନେ ବାରମ୍ବାର ବ୍ୟାଙ୍କ ଏବଂ ଗ୍ରାହକ ସେବା କେନ୍ଦ୍ରକୁ ଯାଇ ବ୍ୟାଙ୍କ ଖାତା ଯାଞ୍ଚ କରୁଛନ୍ତି। ହେଲେ କାହା ଖାତାରେ ଗୋଟିଏ ମାସର ଟଙ୍କା ଜମା ହୋଇଥିବାବେଳେ ଅନେକ ହିତାଧିକାରୀଙ୍କ ଖାତାରେ ଟଙ୍କା ଜମା ହୋଇ ନ ଥିବା କହିିଛନ୍ତି। ଏ ନେଇ ବୁଧବାର ହିତାଧିକାରୀମାନେ ଅସନ୍ତୋଷ ପ୍ରକାଶ କରି କାଶୀପୁର ସରପଞ୍ଚ, ଓ୍ବାର୍ଡସଭ୍ୟ ଏବଂ ଭିଏଲ୍‌ଡବ୍ଲ୍ୟୁଙ୍କୁ ଘେରାଉ କରିବା ସହ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଥିଲେ। ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) କୁମରସ୍ବାମୀ ତୁରୁକ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଶୀଘ୍ର ଭତ୍ତା ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଉତ୍ତ୍ୟକ୍ତ ଲୋକେ ତାଲା ଖୋଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ବ୍ରିଜ ଉପରେ ମୁହାଁମୁହିଁ ଧକ୍କା ହେଲା ଦୁଇ ବାଇକ, ୪….

ଗୁଣପୁର,୨୫ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଂଶଧାରା ଓଭରବ୍ରିଜରେ ବାଇକ୍ ଏବଂ ଲୁନା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri