ମନରେଗା ଜନଶୁଣାଣି ପ୍ରହସନ: ହିତାଧିକାରୀଙ୍କୁ ମିଳୁନି ରାଶନ, ଅଭିଯୋଗ କଲେ ମଧ୍ୟ…

ଅମରପାଲି,୧୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ସ୍ଥିତ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ୨୦୨୪ -୨୦୨୫ ଆର୍ଥିକ ବର୍ଷର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୀରମହାରାଜପୁର ବିଡିଓ ରାଜୀବ ହାଁସଦାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସମୀକ୍ଷା ବୈଠକରେ ଏଡିଏମ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଗ୍ରାମ ପଞ୍ଚାୟତ ଏବଂ ପଞ୍ଚାୟତ ସମିତି ଅଧୀନରେ ଚାଲିଥିବା ମନରେଗା ଯୋଜନା କାର୍ଯ୍ୟ ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ର ସମୀକ୍ଷା କରିଥିଲେ । ଉକ୍ତ ବୈଠକରେ ଉଦ୍ୟାନ ବିଭାଗ, ବନବିଭାଗ, ଜଳଛାୟା ଓ ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀମାନେ ବିବରଣୀ ଉପସ୍ଥାପନ କରିଥିଲେ। ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ସାମାଜିକ ସମୀକ୍ଷା ସମୟରେ ଆଇନଜୀବୀ ଆଶ୍ରୟ ମହାନନ୍ଦ ବ୍ଲକରେ ବହୁ ଯୋଗ୍ୟ ହିତାଧିକାରୀ ରାଶନ ପାଉନଥିବା ଅଭିଯୋଗ କରିଥିଲେ । ସେହି ଯୋଗ୍ୟ ହିତାଧିକାରୀମାନଙ୍କୁ କାହିଁକି ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ମାଧ୍ୟମରେ ରାଶନ ଦିଆଯାଉ ନାହିଁ ବୋଲି ପ୍ରଶ୍ନ କରିଥିଲେ। ଏହାସହିତ ମନରେଗା ଯୋଜନାରେ ବହୁତ ଅନିୟମିତତା ହେଉଥିବା ଅଭିଯୋଗ କରିଥିଲେ ମଧ୍ୟ ସମୀକ୍ଷା ବୈଠକରେ ସେନେଇ ଆଲୋଚନା କରାଯାଇନଥିବା ସେ ଅଭିଯୋଗ କରିଛନ୍ତି । ଏନେଇ ବିଡିଓ ରାଜୀବ ହାଁସଦାଙ୍କୁ ଲିଖିତ ଭାବରେ ସେ ଅଭିଯୋଗ ମଧ୍ୟ କରିଛନ୍ତି । ବ୍ଲକରେ ଶତାଧିକ ଯୋଗ୍ୟ ହିତାଧିକାରୀଙ୍କୁ ରାଶନ ମିଳୁ ନ ଥିବା ଅଭିଯୋଗ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲା ପରିଷଦ ମନରେଗା କାର୍ଯ୍ୟକାରୀ ଅଧିକାରୀ ହୃଷିକେଶ ମହାକୁର, ବୀରମହାରାଜପୁର ବ୍ଲକ ପବ୍ଲିକ ହିଅରିଙ୍ଗ କମିଟି ସଦସ୍ୟ କିଶୋର ହୋତା, ପ୍ରଭଞ୍ଜନ କର୍ମୀ ପ୍ରମୁଖ ମଞ୍ଚାସିନ ହୋଇ ପ୍ରତ୍ୟେକ ବିଭାଗର କାର୍ଯ୍ୟର ସମୀକ୍ଷା କରିଥିଲେ । ବ୍ଲକ ମନରେଗା ସଂଯୋଜକ ଚୈତନ୍ୟ ମଲ୍ଲିକ ବିଗତ ବୈଠକର ବିବରଣୀ ପଠନ କରିବା ସହିତ ଚଳିତ ବୈଠକର ଭିଆରବିମାନଙ୍କ କାର୍ଯ୍ୟ ତଦାରଖ ତଥ୍ୟ ଉପସ୍ଥାପନ କରିଥିଲେ। ବାଗବର, ହିଲୁଙ୍ଗ, ଉଫୁଲା, ଜଟେସିଂହା, ମୁର୍ଷୁଣ୍ଢୀ, କେନଝିରିଆପାଲି ଆଦି ଗ୍ରାମ ପଞ୍ଚାୟତର କିଛି କାର୍ଯ୍ୟର ଆବଶ୍ୟକ ତଥ୍ୟ ନଥିବାରୁ ସେମାନଙ୍କୁ ଜରିମାନା କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ବୀରମହାରାଜପୁର ଏସସିଏଫ ଅବିନାଶ ବେରିହା,ଉଦ୍ୟାନ ବିଭାଗର ପ୍ରିୟଦର୍ଶିନୀ ଝାଙ୍କର, ପରମେଶ୍ୱର ବିଶି, ଭିଆରବି, ପିଇଓଏଡି ଡବ୍ଲୁଓଙ୍କ ସମେତ ହିତାଧିକାରୀମାନେ ଯୋଗ ଦେଇଥିଲେ । ଏପିଓ ଅମୃତାଂଶୁ ପାତ୍ର ସଭା ସଂଚାଳନ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri