ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ନିରାଶ

ଯାଜପୁର ଅଫିସ, ୧୮।୧୧: ଯାଜପୁର ଜିଲା ବଡ଼ଚଣା ବ୍ଲକରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ହଇରାଣ ହରକତ ହେଉଛନ୍ତି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ହିତାଧିକାରୀ ଅଧିକାଂଶ ସମୟରେ ଖାଲି ହାତରେ ଫେରୁଛନ୍ତି। ନିର୍ଦ୍ଧାରିତ ପ୍ରତି ମାସ ୧୫ ତାରିଖ କିମ୍ବା ପରବର୍ତ୍ତୀ ତାରିଖରେ ହିତାଧିକାରୀମାନେ ପେନ୍‌ସନ ନେବାକୁ ଆସି ପ୍ରାୟ ୬ ଘଣ୍ଟା ପର୍ଯ୍ୟନ୍ତ ଲମ୍ବା ଧାଡିରେ ଠିଆ ହୋଇ ନିରାଶ ହେଉଛନ୍ତି। ଏଭଳି ସମ୍ବେଦନଶୀଳ ଅଭିଯୋଗ ଉପରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ (ଏସ୍‌ଏସ୍‌ଇପିଡି) ବିଭାଗର ଯୁଗ୍ମ ସଚିବ ଦୀପକ ରାଉତରାୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହାକୁ ଗୁରୁତର ଭାବେ ଗ୍ରହଣ କରି ୧୫ ଦିନ ମଧ୍ୟରେ ଉପଯୁକ୍ତ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ସଚିବ ରାଉତରାୟ ଗତ ୧୬ ତାରିଖରେ ଯାଜପୁର ଜିଲାପାଳଙ୍କୁ କଡା ନିର୍ଦ୍ଦେଶ ଜାରି କରିଛନ୍ତି।
ଯାଜପୁର ଜିଲା ବଡଚଣା ବ୍ଲକର ତନୁଶ୍ରୀ ମହାନ୍ତି ଗତ ୪ା୧୧ା୨୦୨୧ରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ, ଏସ୍‌ଏସ୍‌ଇପିଡିର ସଚିବ, ଯାଜପୁର ଜିଲାପାଳ ପ୍ରମୁଖଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନରେ ବିଳମ୍ବ ସଂକ୍ରାନ୍ତରେ ଅଭିଯୋଗ କରିିଥିଲେ। ଉକ୍ତ ଅଭିଯୋଗରେ ସେ ଆହୁରି ଦର୍ଶାଇଥିଲେ, ପ୍ରତିମାସରେ ହିତାଧିକାରୀମାନେ ଭତ୍ତା ପାଇବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତ ଏପ୍ରିଲରୁ ଏହି ସମସ୍ୟା ଉପୁଜୁଛି। ଏ ସଂକ୍ରାନ୍ତରେ ସ୍ଥାନୀୟ ଅଧିକାରୀଙ୍କୁ ୧୦ରୁ ଊର୍ଦ୍ଧ୍ୱ ଥର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କୌଣସି ସୁଫଳ ମିଳି ନାହିଁ। କେବଳ ସମାଧାନ କରିବାର ପ୍ରତିଶ୍ରୁତି ମିଳୁଛି। ଏହିକ୍ରମରେ ୮୦ ରୁ ୯୦ ବର୍ଷ ବୟସ୍କ ବୃଦ୍ଧାବୃଦ୍ଧ ଭତ୍ତା ନେବାକୁ ଆସି ଖାଲି ହାତରେ ଫେରୁଛନ୍ତି। ସେମାନଙ୍କ ଦୁଃଖ ବର୍ଣ୍ଣନା କରି ହେବ ନାହିଁ। ତେଣୁ ପ୍ରତି ମାସର ଗୋଟିଏ ଦିନ ଧାର୍ଯ୍ୟ କରି ସେହିଦିନ ସୁନିଶ୍ଚିତ ଭାବେ ଭତ୍ତା ପ୍ରଦାନ କରିବାକୁ ସେମାନେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri