ଅନଶନରେ ବସିଲେ ହିତାଧିକାରୀ

ବଇଣ୍ଡା,୪।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ପାଇଖାନା କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଝିଲ୍ଲୀମୁଣ୍ଡା ଗ୍ରାମର ଧରଣୀଧର ନାୟକ ଓ କେତେଜଣ ହିତାଧିକାରୀ ରବିବାର ଆଠମଲ୍ଲିକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନଶନ କରିଛନ୍ତି।
ସେମାନେ ଅଭିଯୋଗ କରିଛନ୍ତି, ୨୦୧୯ ଓ ୨୦୨୦ରେ ପେଡିପଥର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ବଚ୍ଛଭାରତ ମିଶନ ଜରିଆରେ ପାଇଖାନା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲା। ଏହି ପାଇଖାନା କାର୍ଯ୍ୟ ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ନେଇଥିବାବେଳେ ୨ ଶହ ପାଇଖାନା ନିର୍ମାଣ ନ କରି ମିଥ୍ୟା ବିଲ୍‌ କରିନେଇଛନ୍ତି। କିଛିମାସ ପୂର୍ବରୁ ଧରଣୀ ଧର ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିବା ପରେ ୨ ଶହ ପାଇଖାନା ନିର୍ମାଣ କରା ନ ଯାଇ ମିଥ୍ୟା ବିଲ କରାଯାଇଥିବା ଜାଣିବାକୁ ପାଇଥିଲେ। ତାଙ୍କର କୌଣସି ପାଇଖାନା ନିର୍ମାଣ କରାଯାଇ ନ ଥିବାବେଳେ କାଗଜପତ୍ରରେ ପାଇଖାନା ନିର୍ମାଣ କରାଯାଇଥିବା ଦର୍ଶାଯାଇଥିବାରୁ ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ସେ ଗତ ସେପ୍ଟେମ୍ବର ୯, ୨୦୨୨ରେ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ହେଲ କୌଣସି ସୁଫଳ ମିଳି ନ ଥିଲା। ଏଥିରେ କେତେଜଣ ରାଜନେତାଙ୍କ ସମ୍ପୃକ୍ତି ଥିବା ଯୋଗୁ ପ୍ରଶାସନିକ କ୍ଷେତ୍ରରେ ତଦନ୍ତ କରାଯାଉ ନ ଥିବା ଅଭିଯୋଗକରି ଧରଣୀ ରବିବାର ଆଠମଲ୍ଲିକ ଉପଜିଲାପାଳ କାର୍ଯ୍ୟାଳୟଠାରେ ଅନଶନ କରିଥିଲେ। ଘଟଣାସ୍ଥଳରେ ସହକାରୀ ଜିଲାପାଳ କୁଳମଣି ଦଳେଇ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ସହ ଆଠମଲ୍ଲିକ ଉପ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ଘଟଣା ତଦନ୍ତ କରାଯାଇ ପଦେକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri