ଅନଶନରେ ବସିଲେ ହିତାଧିକାରୀ

ବଇଣ୍ଡା,୪।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ପାଇଖାନା କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଝିଲ୍ଲୀମୁଣ୍ଡା ଗ୍ରାମର ଧରଣୀଧର ନାୟକ ଓ କେତେଜଣ ହିତାଧିକାରୀ ରବିବାର ଆଠମଲ୍ଲିକ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନଶନ କରିଛନ୍ତି।
ସେମାନେ ଅଭିଯୋଗ କରିଛନ୍ତି, ୨୦୧୯ ଓ ୨୦୨୦ରେ ପେଡିପଥର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସ୍ବଚ୍ଛଭାରତ ମିଶନ ଜରିଆରେ ପାଇଖାନା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲା। ଏହି ପାଇଖାନା କାର୍ଯ୍ୟ ଏକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ନେଇଥିବାବେଳେ ୨ ଶହ ପାଇଖାନା ନିର୍ମାଣ ନ କରି ମିଥ୍ୟା ବିଲ୍‌ କରିନେଇଛନ୍ତି। କିଛିମାସ ପୂର୍ବରୁ ଧରଣୀ ଧର ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିବା ପରେ ୨ ଶହ ପାଇଖାନା ନିର୍ମାଣ କରା ନ ଯାଇ ମିଥ୍ୟା ବିଲ କରାଯାଇଥିବା ଜାଣିବାକୁ ପାଇଥିଲେ। ତାଙ୍କର କୌଣସି ପାଇଖାନା ନିର୍ମାଣ କରାଯାଇ ନ ଥିବାବେଳେ କାଗଜପତ୍ରରେ ପାଇଖାନା ନିର୍ମାଣ କରାଯାଇଥିବା ଦର୍ଶାଯାଇଥିବାରୁ ଏହାର ତଦନ୍ତ କରି ପଦକ୍ଷେପ ନେବାକୁ ସେ ଗତ ସେପ୍ଟେମ୍ବର ୯, ୨୦୨୨ରେ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ହେଲ କୌଣସି ସୁଫଳ ମିଳି ନ ଥିଲା। ଏଥିରେ କେତେଜଣ ରାଜନେତାଙ୍କ ସମ୍ପୃକ୍ତି ଥିବା ଯୋଗୁ ପ୍ରଶାସନିକ କ୍ଷେତ୍ରରେ ତଦନ୍ତ କରାଯାଉ ନ ଥିବା ଅଭିଯୋଗକରି ଧରଣୀ ରବିବାର ଆଠମଲ୍ଲିକ ଉପଜିଲାପାଳ କାର୍ଯ୍ୟାଳୟଠାରେ ଅନଶନ କରିଥିଲେ। ଘଟଣାସ୍ଥଳରେ ସହକାରୀ ଜିଲାପାଳ କୁଳମଣି ଦଳେଇ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିବା ସହ ଆଠମଲ୍ଲିକ ଉପ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ଘଟଣା ତଦନ୍ତ କରାଯାଇ ପଦେକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri